ଆଜି ଆସିବ ପିଏମ୍‌ କିଷାନ ଟଙ୍କା, ଚାଷୀଙ୍କ ଆକାଉଣ୍ଟକୁ ପଠାଇବେ ପ୍ରଧାନମନ୍ତ୍ରୀ ମୋଦି

ଦିଲ୍ଲୀ : ଚାଷୀଙ୍କ ପାଇଁ ଖୁସି ଖବର ।  ଆଜି ଆଜି କୃଷକଙ୍କ ଖାତାକୁ ଆସିବ ପିଏମ୍‌ କିଷାନ ଟଙ୍କା ।  ବିହାରରୁ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ର ୧୯ତମ କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ପଠାଇବେ ପ୍ରଧାନମନ୍ତ୍ରୀ ମୋଦି ।  ଦେଶର ପ୍ରାୟ ୯ କୋଟି ଚାଷୀଙ୍କ ଖାତାକୁ ଆସିବ ୨ ହଜାର ଲେଖାଏଁ ଟଙ୍କା ।  ପିଏମ ମୋଦି ଡିବିଟି ଜରିଆରେ ୯.୫ କୋଟି ଚାଷୀଙ୍କ ଆକାଉଣ୍ଟକୁ ଏହି ଟଙ୍କା ପଠାଇବେ ।

୨୦୨୪ ଅକ୍ଟୋବର ୫ ତାରିଖରେ ମହାରାଷ୍ଟ୍ରରୁ ୧୮ତମ କିସ୍ତି ପ୍ରଦାନ କରାଯାଇଥିବାବେଳେ ଆଜି ବିହାରରୁ ୧୯ତମ କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ପଠାଇବେ ପ୍ରଧାନମନ୍ତ୍ରୀ ମୋଦୀ ।  ଏହି ଯୋଜନାରେ ଚାଷୀଙ୍କୁ ପ୍ରତିବର୍ଷ ୩ଟି କିସ୍ତିରେ ୬ ହଜାର ଟଙ୍କା ପ୍ରଦାନ କରାଯାଉଛି। ପିଏମ କିଷାନ ଯୋଜନା ହେଉଛି ଏକ କେନ୍ଦ୍ରୀୟ କୃଷି କଲ୍ୟାଣ ଯୋଜନା। ୨୦୧୯ ଫେବୃଆରୀ ମାସରେ ମୋଦୀ ସରକାର ଏହାକୁ ଆରମ୍ଭ କରିଥିଲେ ।

Also read: ବାଗେଶ୍ବର ଧାମରେ ପହଞ୍ଚି ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ, କ୍ୟାନସର ହସପିଟାଲର କଲେ ଶିଳାନ୍ୟାସ