Below header

ଟ୍ରେନ୍ ଦୁର୍ଘଟଣାର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ, ମୃତକଙ୍କ ପରିବାରକୁ ପିଏମ୍ ରିଲିଫ ଫଣ୍ଡରୁ ୨ ଲକ୍ଷ, ରେଳବାଇ ୧୦ ଲକ୍ଷ ଓ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ୨ଲକ୍ଷ ଟଙ୍କା ଘୋଷଣା

ଟ୍ରେନ୍ ଦୁର୍ଘଟଣାର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସହ କଥା ହୋଇଥିଲେ । ମୃତକଙ୍କ ପରିବାରକୁ ପିଏମ୍ ରିଲିଫ ଫଣ୍ଡରୁ ୨ ଲକ୍ଷ ଓ ଆହତଙ୍କୁ ୫୦ହଜାର ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ।

ଟ୍ରେନ୍ ଦୁର୍ଘଟଣାର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସହ କଥା ହୋଇଥିଲେ । ମୃତକଙ୍କ ପରିବାରକୁ ପିଏମ୍ ରିଲିଫ ଫଣ୍ଡରୁ ୨ ଲକ୍ଷ ଓ ଆହତଙ୍କୁ ୫୦ହଜାର ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ।  ସେହିପରି ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ମୃତକଙ୍କ ପରିବାରକୁ ୧୦ ଲକ୍ଷ, ଗୁରୁତରଙ୍କୁ ୨ ଲକ୍ଷ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ଘୋଷଣା କରିଛନ୍ତି ।

ଅନ୍ୟପଟେ ମୃତାହତଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ । ମୃତକଙ୍କ ପାଇଁ ୧୦ ଲକ୍ଷ ଓ ଗୁରୁତରଙ୍କ ପାଇଁ ୨ଲକ୍ଷ ଟଙ୍କା ଲେଖାଏ ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ଅନ୍ୟ ରାଜ୍ୟର ମୃତକଙ୍କ ପାଇଁ ୨ ଲକ୍ଷ ଓ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ଘୋଷଣା କରିଛନ୍ତି ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.