ଦେଶରେ କରୋନା ସ୍ଥିତି ନେଇ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ, ଆଜି ସାଢେ ୬ଟାରେ ସବୁ ମୁଖ୍ୟମନ୍ତ୍ରୀଙ୍କ ସହ ହେବେ କଥା

କେନ୍ୟୁଜ୍(ବ୍ୟୁରୋ):  ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସନ୍ଧ୍ୟା ୬ଟା ୩୦ରେ କରିବେ ଆଲୋଚନା। ଦେଶରେ କରୋନା ସ୍ଥିତି ଦିନକୁ ଦିନ ବିଗିଡିବାରେ ଲାଗିଛି । ପ୍ରତିଦିନ ରେକର୍ଡ ସଂଖ୍ୟକ ପଜିଟିଭ୍‌ ବାହାରୁଛନ୍ତି । ତେଣୁ ଦେଶରେ କରୋନା ସ୍ଥିତିର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ।

ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପ୍ରଧାନମନ୍ତ୍ରୀ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ । ଦୁଇ ଦିନ ତଳେ କରୋନାକୁ ନେଇ ଉଚ୍ଚସ୍ତରୀୟ ବୈଠକ କରିଥିଲେ ନରେନ୍ଦ୍ର ମୋଦି । କରୋନାକୁ ନେଇ କଡା ପଦକ୍ଷେପ ନେବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ପ୍ରଧାନମନ୍ତ୍ରୀ । ଏହା ସହ ମୋଦି ମୁଖ୍ୟମନ୍ତ୍ରୀଙ୍କ ସହ ଭ୍ୟାକ୍ସିନେସନ୍‌ ନେଇ ମଧ୍ୟ କଥା ହେବେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.