Below header

ଆସନ୍ତା ମାର୍ଚ୍ଚ ୨୬ରେ ରାଜ୍ୟସଭା ନିର୍ବାଚନ

ନୂଆଦିଲ୍ଲୀ: ଆସନ୍ତା ମାର୍ଚ୍ଚ ୨୬ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ । ୫୫ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବା ନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଓଡ଼ିଶାର ୪ଟି ଆସନ ପାଇଁ ନିର୍ବାଚନ ହେବ । ସରୋଜିନୀ ହେମ୍ବ୍ରମ୍‌, ନରେନ୍ଦ୍ର କୁମାର ସ୍ୱାଇଁ ଓ ରଞ୍ଜୀବ ବିଶ୍ୱାଳଙ୍କ କାର୍ଯ୍ୟକାଳ ଶେଷ ହେଉଛି । ଲୋକସଭା ସାଂସଦ ହେବା ପରେ ପୂର୍ବରୁ ଅନୁଭବ ମହାନ୍ତି ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେବା ପରେ ତାଙ୍କ ପଦ ଖାଲି ପଡ଼ିଛି । ୨୬ ତାରିଖରେ ନିର୍ବାଚନ ହେବାକୁ ଥିବା ବେଳେ ୧୬ ତାରିଖରେ ନୋଟିଫିକେସନ୍‌ ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.