ଟ୍ଵିଟ୍‌ କରି ରଥଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

କେନ୍ୟୁଜ୍: ଟ୍ଵିଟ୍‌ କରି ରଥଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଓଡିଆରେ ଟ୍ଵିଟ୍‌ କରିଛନ୍ତି ରାଷ୍ଟ୍ରପତି । ପବିତ୍ର ରଥଯାତ୍ରାର ଶୁଭ ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ।

ramnath ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆସୁ ବୋଲି କାମନା କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସେହିପରି ଟ୍ଵିଟ୍‌ କରି ସମସ୍ତଙ୍କୁ ରଥଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସମସ୍ତଙ୍କ ସୁସ୍ଥ ଜୀବନ, ସୁଖ ଓ ସମୃଦ୍ଧି ପାଇଁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ପ୍ରଧାନମନ୍ତ୍ରୀ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.