ଓଡିଶାବାସୀଙ୍କୁ ଉତ୍କଳ ଦିବସରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ, ଓଡିଆ ଭାଷାରେ କଲେ ଟ୍ଵିଟ୍
ଉତ୍କଳ ଦିବସ ଅବସରରେ ଓଡିଶାବାସୀଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ ସୁଖ ସମୃଦ୍ଧି କାମନା କରି ଶୁଭେଚ୍ଛା ଜଣାଇଛନ୍ତି।

ଉତ୍କଳ ଦିବସ ଅବସରରେ ଓଡିଶାବାସୀଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ ପ୍ରମୁଖ ସୁଖ ସମୃଦ୍ଧି କାମନା କରି ଶୁଭେଚ୍ଛା ଜଣାଇଛନ୍ତି। ଏମାନେ ସମସ୍ତେ ଓଡିଆରେ ଟ୍ଵିଟ୍ କରି ଜଣାଇଛନ୍ତି ।
ଓଡ଼ିଆରେ ଟ୍ଵିଟ୍ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି, ଓଡ଼ିଶା ଦିବସ ଅବସରରେ ମୁଁ ପ୍ରିୟ ଦେଶବାସୀଙ୍କୁ ବିଶେଷକରି ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ପ୍ରଚୁର ପ୍ରାକୃତିକ ସମ୍ପଦ ଏବଂ ଦକ୍ଷ ଓ କର୍ମଠ ଲୋକଶକ୍ତି ଆଧାରରେ ଓଡ଼ିଶା, ଆମ ଅର୍ଥବ୍ୟବସ୍ଥାର ଗ୍ରୋଥ୍ ଇଞ୍ଜିନ ହେବାର ସାମର୍ଥ୍ୟ ବହନ କରେ। ମୁଁ ଓଡ଼ିଶାର ଭାଇ ଓ ଭଉଣୀ ମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରୁଛି।
ଓଡ଼ିଶା ଦିବସ ଅବସରରେ ମୁଁ ପ୍ରିୟ ଦେଶବାସୀଙ୍କୁ ବିଶେଷକରି ଓଡିଶାବାସୀଙ୍କୁ ହାର୍ଦିକ ଅଭିନନ୍ଦନ ଜଣାଉଛି।ପ୍ରଚୁର ପ୍ରାକୃତିକ ସମ୍ପଦ ଏବଂ ଦକ୍ଷ ଓ କର୍ମଠ ଲୋକଶକ୍ତି ଆଧାରରେ ଓଡ଼ିଶା ,ଆମ ଅର୍ଥବ୍ୟବସ୍ଥାର ଗ୍ରୋଥ୍ ଇଞ୍ଜିନ ହେବାର ସାମର୍ଥ୍ୟ ବହନ କରେ।
ମୁଁ ଓଡ଼ିଶାର ଭାଇ ଓ ଭଉଣୀ ମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରୁଛି।— President of India (@rashtrapatibhvn) April 1, 2023
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଓଡ଼ିଆ ଭାଷାରେ ଟ୍ଵିଟ୍ କରି ଲେଖିଛନ୍ତି, ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା । ଏହି ଦିନ ଆମ ଦେଶର ପ୍ରଗତିରେ ଓଡ଼ିଶା, ଓଡିଆ ଜନସାଧାରଣ ଏବଂ ସଂସ୍କୃତିର ସମୃଦ୍ଧ ଅବଦାନକୁ ଜାଣିବାର ଅବସର । ଓଡ଼ିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି କାମନା କରୁଛି ।
ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା । ଏହି ଦିନ ଆମ ଦେଶର ପ୍ରଗତିରେ ଓଡ଼ିଶା, ଓଡିଆ ଜନସାଧାରଣ ଏବଂ ସଂସ୍କୃତିର ସମୃଦ୍ଧ ଅବଦାନକୁ ଜାଣିବାର ଅବସର । ଓଡ଼ିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି କାମନା କରୁଛି ।
— Narendra Modi (@narendramodi) April 1, 2023
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଟ୍ଵିଟ୍ କରି କହିଛନ୍ତି, ଉତ୍କଳ ଦିବସରେ ମୁଁ ଓଡ଼ିଶାର ଭଉଣୀ ଏବଂ ଭାଇମାନଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ପ୍ରାଚୀନ ମନ୍ଦିର, ସମୃଦ୍ଧ ସାଂସ୍କୃତିକ ଐତିହ, ସୁନ୍ଦର ହୃଦୟର ଲୋକ ଏବଂ ସବୁଜିମାରେ ଭରପୁର ଜଙ୍ଗଲ ସହିତ ଓଡ଼ିଶା ଭାରତର ସ୍ଵାଭିମାନର ମୁକୁଟ ଉପରେ ଶୋଭା ପାଉଥିବା ଏକ ଅମୂଲ୍ୟ ରତ୍ନ । ମହାପ୍ରଭୁ ଜଗନ୍ନାଥ ରାଜ୍ୟକୁ ସୁଖ ଓ ସମୃଦ୍ଧତା ଆଶୀର୍ବାଦ କରନ୍ତୁ।
ଉତ୍କଳ ଦିବସରେ ମୁଁ ଓଡ଼ିଶାର ଭଉଣୀ ଏବଂ ଭାଇମାନଙ୍କୁ ମୋର ଶୁଭେଚ୍ଛା ଜଣାଉଛି।
ପ୍ରାଚୀନ ମନ୍ଦିର, ସମୃଦ୍ଧ ସାଂସ୍କୃତିକ ଐତିହ, ସୁନ୍ଦର ହୃଦୟର ଲୋକ ଏବଂ ସବୁଜିମାରେ ଭରପୁର ଜଙ୍ଗଲ ସହିତ ଓଡ଼ିଶା ଭାରତର ସ୍ଵାଭିମାନର ମୁକୁଟ ଉପରେ ଶୋଭା ପାଉଥିବା ଏକ ଅମୂଲ୍ୟ ରତ୍ନ ।
ମହାପ୍ରଭୁ ଜଗନ୍ନାଥ ରାଜ୍ୟକୁ ସୁଖ ଓ ସମୃଦ୍ଧତା ଆଶୀର୍ବାଦ କରନ୍ତୁ।
— Amit Shah (@AmitShah) April 1, 2023