Below header

କେଜ୍ରିଓ୍ଵାଲଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତ କଲେ ରାଷ୍ଟ୍ରପତି, ଆସନ୍ତାକାଲି ଶପଥ ଗ୍ରହଣ ସାମରୋହ ପାଇଁ ପ୍ରସ୍ତୁତ ହେଉଛି ରାମଲୀଳା ମଇଦାନ

ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସରକାରୀ ଅଧିସୂଚନା ଅନୁସାରେ ରାଷ୍ଟ୍ରପତି ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶକ୍ରମେ ୬ ଜଣ ବିଧାୟକଙ୍କୁ ମନ୍ତ୍ରୀ ଭାବେ ନିଯୁକ୍ତ କରିଛନ୍ତି । ମନୀଷ ସିସୋଦିଆ, ସତ୍ୟେନ୍ଦ୍ର ଜୈନ, ଗୋପାଳ ରାୟ, କୈଳାଶ ଗହଲୋତ, ଇମ୍ରାନ ହୁସେନ ଓ ରାଜେନ୍ଦ୍ର ଗୌତମ ଆସନ୍ତାକାଲି ମନ୍ତ୍ରୀ ଭାବେ ଶପଥ ନେବେ । ଶପଥ ଗ୍ରହଣ ଉତ୍ସବ ପାଇଁ ପ୍ରସ୍ତୁତ ହେଉଛି ରାମଲୀଳା ମଇଦାନ । ରାମଲୀଳା ମଇଦାନରେ ବ୍ୟାପକ ଆୟୋଜନ କରାଯାଉଛି । ୪ ଦିନ ହେବ ଏଠାରେ କାମ ଚାଲିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବା ପାଇଁ ଆମନ୍ତ୍ରଣ କରିଛନ୍ତି କେଜ୍ରିଓ୍ଵାଲ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.