ପାଞ୍ଚ ବିଶିଷ୍ଟ ବ୍ୟକ୍ତିଙ୍କୁ ଭାରତ ରତ୍ନ ସମ୍ମାନ, ଲାଲ କୃଷ୍ଣ ଆଡଭାନୀଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ପୁରସ୍କାର ପ୍ରଦାନ

ପାଞ୍ଚ ବିଶିଷ୍ଟ ବ୍ୟକ୍ତିଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଚଳିତ ଥର ପାଞ୍ଚଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ପ୍ରଦାନ କରାଯାଇଛି ।

ନୂଆଦିଲ୍ଲୀ : ପାଞ୍ଚ ବିଶିଷ୍ଟ ବ୍ୟକ୍ତିଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଚଳିତ ଥର ପାଞ୍ଚଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ପ୍ରଦାନ କରାଯାଇଛି । ପୂର୍ବତନ ପ୍ରଧାନମନ୍ତ୍ରୀ ପିଭି ନରସିହ୍ମା ରାଓ, ଚୌଧୁରୀ ଚରଣ ସିଂହ, ସବୁଜ ବିପ୍ଲବର ଜନକ ଏମଏସ ସ୍ବାମୀନାଥନ ଏବଂ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୁରୀ ଠାକୁରଙ୍କୁ ମରଣୋତ୍ତର ଭାବେ ଭାରତ ରତ୍ନ ପ୍ରଦାନ କରାଯାଇଛି । ସେହିପରି ବିଜେପିର ବରିଷ୍ଠ ତଥା ପାଓ୍ବାରଫୁଲ ନେତା ଭାବରେ ବିବେଚିତ ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲ କୃଷ୍ଣ ଆଡଭାନୀଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ପୁରସ୍କାର ଭାରତରତ୍ନ ସମ୍ମାନରେ ସମ୍ମାନିତ କରାଯାଇଛି । ତେବେ ଅସୁସ୍ଥ ଥିବାରୁ ଆସନ୍ତାକାଲି ଆଡଭାନୀଙ୍କୁ ତାଙ୍କ ବାସଭବନରେ ଭାରତ ରତ୍ନ ପ୍ରଦାନ କରାଯିବ ।

ମିଳିଥିବା ସୂଚନା ଅନୁସାରେ, ଖୋଦ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବିଜେପିର କିଛି ବଡ଼ ନେତାଙ୍କ ଉପସ୍ଥିତିରେ ଆଡଭାନୀଙ୍କୁ ସମ୍ମାନିତ କରାଯିବ । ତେବେ ଆଜି ରାଷ୍ଟ୍ରପତି ଭବନରେ ଭାରତ ରତ୍ନ ସମାରୋହରେ କିଛି ସ୍ୱତନ୍ତ୍ର ଅତିଥି ଉପସ୍ଥିତ ଥିଲେ । ଏଥିରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ କର୍ପୁରୀ ଠାକୁରଙ୍କ ପୁଅ ରାମନାଥ ଠାକୁର ଉପସ୍ଥିତ ରହି ନିଜ ପିତାଙ୍କ ସମ୍ମାନ ଗ୍ରହଣ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.