Below header

ବାସଭବନ ଯାଇ ଲାଲକୃଷ୍ଣ ଆଡଭାନୀଙ୍କୁ ‘ଭାରତ ରତ୍ନ’ରେ ସମ୍ମାନିତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଦେଶର ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ସମ୍ମାନ ପ୍ରଦାନ । ଆଡଭାନୀଙ୍କ ବାସଭବନରେ ପହଞ୍ଚି ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ଦେଶର ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ସମ୍ମାନ ପ୍ରଦାନ । ଆଡଭାନୀଙ୍କ ବାସଭବନରେ ପହଞ୍ଚି ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସମ୍ମାନ ପ୍ରଦାନ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ଥିଲେ ।

୫ ଜଣଙ୍କୁ ଭାରତ ରତ୍ନ ସମ୍ମାନ ପ୍ରଦାନ ପାଇଁ ଘୋଷଣା ହୋଇଥିଲା । ଗତକାଲି ୪ ଜଣଙ୍କୁ ସମ୍ମାନ ପ୍ରଦାନ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୂର୍ବତନ ପ୍ରଧାନମନ୍ତ୍ରୀ ପିଭି ନରସିହ୍ମା ରାଓ, ଚୌଧୁରୀ ଚରଣ ସିଂ, ସବୁଜ ବିପ୍ଲବର ଜନକ ଡାକ୍ତର ଏମଏସ ସ୍ୱାମୀନାଥନ ଏବଂ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୁରୀ ଠାକୁରଙ୍କୁ ମରଣୋତ୍ତର ଭାବେ ଭାରତ ରତ୍ନ ପ୍ରଦାନ କରାଯାଇଥିଲା ।

ଅସୁସ୍ଥତା କାରଣରୁ ଲାଲକୃଷ୍ଣ ଆଡଭାନୀ ସମ୍ମାନ ଗ୍ରହଣ କରିପାରି ନ ଥିଲେ । ଆଜି ରାଷ୍ଟ୍ରପତି ମୁର୍ମୁ ଆଡଭାନୀଙ୍କ ବାସଭବନକୁ ଯାଇ ସେଠାରେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.