ଦେଶ ବିଦେଶ

ସଂସଦ ଭଙ୍ଗର ୯୦ ଦିନ ମଧ୍ୟରେ ନିର୍ବାଚନ କରିବାକୁ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲେ ପାକିସ୍ତାନ ରାଷ୍ଟ୍ରପତି

କେନ୍ୟୁଜ୍(ବ୍ୟୁରୋ):  ପାକିସ୍ତାନ ସଂକଟ । ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲେ ପାକିସ୍ତାନ ରାଷ୍ଟ୍ରପତି । ସଂସଦ ଭଙ୍ଗର ୯୦ ଦିନ ମଧ୍ୟରେ ନିର୍ବାଚନ କରିବାକୁ ଚିଠି ଲେଖିଛନ୍ତି । ସେପଟେ ସୁପ୍ରିମକୋର୍ଟରେ ଝୁଲୁଛି ଇମ୍ରାନଙ୍କ ଭାଗ୍ୟ । ଆଜି ମାମଲାର ଶୁଣାଣି ହେବ । ଶୁଣାଣି ବେଳେ ଗୃହକାର୍ଯ୍ୟର ଭିଡିଓ ମାଗିଛନ୍ତି ଖଣ୍ଡପୀଠ । ଇମ୍ରାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବକୁ ଉପବାଚସ୍ପତି ଖାରଜ କରିଦେବାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି ବିରୋଧୀ । ଏହାର ଶୁଣାଣି କରୁଛନ୍ତି ୫ ଜଣିଆ ଖଣ୍ଡପୀଠ । ଗତ ରବିବାର ଗୃହକାର୍ଯ୍ୟ କିଛି ସମୟ ପାଇଁ ଚାଲିଥିଲା। ଇମ୍ରାନଙ୍କ ବିରୋଧରେ ଆସିଥିଲା ଅନାସ୍ଥା ପ୍ରସ୍ତାବ ।

ଅନାସ୍ଥା ପ୍ରସ୍ତାବକୁ ଖାରଜ କରିଦେଇଥିଲେ ଉପବାଚସ୍ପତି । ଏହି ଭିଡିଓ ଦେଖିବାକୁ ଚାହିଁଛନ୍ତି ବିଚାରପତି। ଉପବାଚସ୍ପତି ଦେଇଥିବା ରୁଲିଂକୁ ସମୀକ୍ଷା କରିବେ ସୁପ୍ରିମକୋର୍ଟ । ସଂସଦର ନିୟମ ସମ୍ବିଧାନର ନିୟମ ଠାରୁ ବଡ଼ ନୁହେଁ ବୋଲି ଖଣ୍ଡପୀଠ କହିଛନ୍ତି। ରବିବାର ଅନାସ୍ଥା ପ୍ରସ୍ତାବ ଖାରଜ ହେବା ପରେ ସଂସଦକୁ ଭାଙ୍ଗି ୩ ମାସ ଭିତରେ ନିର୍ବାଚନ କରିବାକୁ ନିର୍ଦ୍ଦେଶ ଦେଇଥିଲେ ରାଷ୍ଟ୍ରପତି। କାମଚଳା ପ୍ରଧାନମନ୍ତ୍ରୀ ପାଇଁ ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଗୁଲଜାର ଅହମ୍ମଦଙ୍କ ନାଁ ସୁପାରିସ କରିଥିଲେ ଇମ୍ରାନ୍‌ ଖାନ୍‌ ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago