Below header

ଆଜି ଦିଲ୍ଲୀ ଏମ୍‌ସରେ ହେବ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବାଇପାସ୍‌ ସର୍ଜରୀ, ରାଷ୍ଟ୍ରପତି ଭବନ ପକ୍ଷରୁ ସୂଚନା

ଆଜି ହେବ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବାଇପାସ୍‌ ସର୍ଜରୀ । ଦିଲ୍ଲୀ ଏମ୍‌ସରେ ଆଜି ସକାଳେ ବାଇପାସ୍‌ ସର୍ଜରୀ ହେବା ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ କୁହାଯାଇଛି। ମାର୍ଚ୍ଚ ୨୭ ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ତାଙ୍କୁ ଦିଲ୍ଲୀର ଇଣ୍ଡିଆନ ଆର୍ମି ରିସର୍ଚ୍ଚ ଆଣ୍ଡ ରେଫରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରୁ ତାଙ୍କୁ ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା ।

ସ୍ୱାସ୍ଥ୍ୟ ପରୀକ୍ଷା ପରେ ତାଙ୍କର ପ୍ଲାନ୍‌ଡ ବାଇପାସ୍‌ ପ୍ରସିଜ୍ୟୋର କରିବାକୁ ଡାକ୍ତର ପରାମର୍ଶ ଦେଇଥିଲେ । ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ବେଳେ ବିଶେଷଜ୍ଞମାନେ ତାଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖିଥିବା ସରକାରୀ ସ୍ତରରେ କୁହାଯାଇଛି । ପୂର୍ବରୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ଉଦ୍‌ବେଗ ପ୍ରକାଶ କରିଥିବା ଓ ଶୀଘ୍ର ଆରୋଗ୍ୟ କାମନା କରିଥିବା ବ୍ୟକ୍ତିଙ୍କୁ ରାଷ୍ଟ୍ରପତି ଧନ୍ୟବାଦ ଜଣାଇଥିଲେ । ଗତ ଶୁକ୍ରବାର ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ସେ ରୁଟିନ ଚେକ୍‌ ଅପ୍‌ ପାଇଁ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ପରେ ଅଧିକ ପରୀକ୍ଷା ନିରୀକ୍ଷା ପାଇଁ ତାଙ୍କୁ ଏମସ୍‌କୁ ସ୍ଥାନାନ୍ତର କରାଯାଇଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.