Image credit: Twitter/POI
ଆଜି ହେବ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବାଇପାସ୍ ସର୍ଜରୀ । ଦିଲ୍ଲୀ ଏମ୍ସରେ ଆଜି ସକାଳେ ବାଇପାସ୍ ସର୍ଜରୀ ହେବା ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ କୁହାଯାଇଛି। ମାର୍ଚ୍ଚ ୨୭ ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ତାଙ୍କୁ ଦିଲ୍ଲୀର ଇଣ୍ଡିଆନ ଆର୍ମି ରିସର୍ଚ୍ଚ ଆଣ୍ଡ ରେଫରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରୁ ତାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା ।
ସ୍ୱାସ୍ଥ୍ୟ ପରୀକ୍ଷା ପରେ ତାଙ୍କର ପ୍ଲାନ୍ଡ ବାଇପାସ୍ ପ୍ରସିଜ୍ୟୋର କରିବାକୁ ଡାକ୍ତର ପରାମର୍ଶ ଦେଇଥିଲେ । ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ବେଳେ ବିଶେଷଜ୍ଞମାନେ ତାଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖିଥିବା ସରକାରୀ ସ୍ତରରେ କୁହାଯାଇଛି । ପୂର୍ବରୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ଉଦ୍ବେଗ ପ୍ରକାଶ କରିଥିବା ଓ ଶୀଘ୍ର ଆରୋଗ୍ୟ କାମନା କରିଥିବା ବ୍ୟକ୍ତିଙ୍କୁ ରାଷ୍ଟ୍ରପତି ଧନ୍ୟବାଦ ଜଣାଇଥିଲେ । ଗତ ଶୁକ୍ରବାର ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ସେ ରୁଟିନ ଚେକ୍ ଅପ୍ ପାଇଁ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ପରେ ଅଧିକ ପରୀକ୍ଷା ନିରୀକ୍ଷା ପାଇଁ ତାଙ୍କୁ ଏମସ୍କୁ ସ୍ଥାନାନ୍ତର କରାଯାଇଥିଲା ।
କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…
ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…
ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…
ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…
ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…