ବିଶ୍ୱକପ ଫାଇନାଲ ମ୍ୟାଚ୍‌ ଦେଖିବାକୁ ଉପସ୍ଥିତ ରହିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ଉପପ୍ରଧାନମନ୍ତ୍ରୀ ରିଚାର୍ଡ ମାଲର୍ସ

ଆସନ୍ତାକାଲି ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ ଦିନିକିଆ ବିଶ୍ୱକପ ୨୦୨୩ ର ଫାଇନାଲ ମ୍ୟାଚ୍‌ । ମ୍ୟାଚ ଦେଖିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ଅଷ୍ଟ୍ରେଲିଆ ଉପ ପ୍ରଧାନମନ୍ତ୍ରୀ ରିଚାର୍ଡ ମାଲର୍ସ ମଧ୍ୟ ଉପସ୍ଥିତି ରହିବେ ।

ଆସନ୍ତାକାଲି ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ ଦିନିକିଆ ବିଶ୍ୱକପ ୨୦୨୩ ର ଫାଇନାଲ ମ୍ୟାଚ୍‌ । ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ ଫାଇନାଲ ମ୍ୟାଚ୍‌ । ଏହି ମ୍ୟାଚ୍‌ ପାଇଁ କ୍ରିକେଟ ଫ୍ୟାନ୍ସଙ୍କ କ୍ରେଜ ରହିଥିବା ବେଳେ ବଡ ବଡ ରାଜନେତା ମଧ୍ୟ ବାଦ୍‌ ପଡିନାହାନ୍ତି । ବିଶ୍ୱକପ ଫାଇନାଲ ମ୍ୟାଚ ଦେଖିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ଅଷ୍ଟ୍ରେଲିଆ ଉପ ପ୍ରଧାନମନ୍ତ୍ରୀ ରିଚାର୍ଡ ମାଲର୍ସ ମଧ୍ୟ ଉପସ୍ଥିତି ରହିବେ ।

ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ମୋଟେରାର ନରେନ୍ଦ୍ର ମୋଦି ଷ୍ଟାଡିୟରେ ଖେଳାଯିବାକୁ ଥିବା ମ୍ୟାଚ ପାଇଁ ସୁରକ୍ଷା ଏବଂ ବ୍ୟବସ୍ଥାକୁ କଡାକଡ଼ି କରିଛନ୍ତି । ଏଥିପାଇଁ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇଛି । ଏଥିରେ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇଛି, ଯେଉଁଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦି ଏବଂ ଅଷ୍ଟ୍ରେଲିଆ ଉପ ପ୍ରଧାନମନ୍ତ୍ରୀ ରିଚାର୍ଡ ମାଲର୍ସ ମ୍ୟାଚ ଦେଖିବେ ବୋଲି ସୂଚନା ରହିଛି । ଏହି ମ୍ୟାଚ ପାଇଁ ୪,୫୦୦ ପୋଲିସ କର୍ମୀ ନିୟୋଜିତ ରହିଛନ୍ତି ।


ଫାଇନାଲ ପାଇଁ ଟିମ୍‌ ପହଞ୍ଚି ଅଭ୍ୟାସ ଜାରି ରଖିଛି । ଅହମ୍ମଦାବାଦ ସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମ୍‌ରେ ଫାଇନାଲ ମ୍ୟାଚ୍ ଖେଳାଯିବା ପୂର୍ବରୁ ମୋଟେରାରେ ଏହି ଦଳ ୧୦ ମିନିଟ୍ ଧରି ଏୟାର ଶୋ’ ପ୍ରଦର୍ଶନ କରି ଦର୍ଶକଙ୍କ ମନୋରଞ୍ଜନ କରିବେ । ସୂର୍ଯ୍ୟକିରଣ ଏରୋବେଟିକ୍ ଦଳ ୯ଟି ଏୟାରକ୍ରାଫ୍ଟ ସହ ଦେଶର ବିଭିନ୍ନ ସ୍ଥାନରେ ପ୍ରଦର୍ଶନ କରିଛନ୍ତି ।  ଏହି ସମାରୋହରେ ଅନେକ ବଲିଉଡ୍‌ ଷ୍ଟାର୍‌ ନିଜର ଜଲଓ୍ଵା ଦେଖାଇବେ ।

ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ନଭେମ୍ବର ୧୯ରେ କ୍ରିକେଟ୍‌ ବିଶ୍ୱକପ୍‌ ୨୦୨୩ର ଫାଇନାଲ୍‌ ମ୍ୟାଚ୍‌ ଖେଳାଯିବ । ଭାରତ ସେମିଫାଇନାଲରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଫାଇନାଲ୍‌ରେ ପ୍ରବେଶ କରିଛି । ସେପଟେ ଗୁରୁବାର ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା ଟିମ୍‌କୁ ପରାସ୍ତ କରି ଅଷ୍ଟ୍ରେଲିଆ ଫାଇନାଲରେ ପହଞ୍ଚିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.