ପୁଲଓ୍ଵାମାରେ ଏନକାଉଣ୍ଟର , ସୁରକ୍ଷାକର୍ମୀଙ୍କ ଗୁଳିରେ ତିନି ଆତଙ୍କବାଦୀ ନିହତ

ପୁଲଓ୍ଵାମା(କେନ୍ୟୁଜ୍) : ପୁଲଓ୍ଵାମାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ପୁଲଓ୍ଵାମା ଆତଙ୍କବାଦୀ ଆକ୍ରମଣର ମାଷ୍ଟର ମାଇଣ୍ଡ ନିହତ । ଜୈଶ-ଏ-ମହମ୍ମଦର କମାଣ୍ଡର ମୁଦ୍ଦାସିର ଖାନ୍‌ର ମୃତ୍ୟୁ ହୋଇଛି । ୨୦୧୭ରେ ସେ ଜୈଶରେ ସାମିଲ ହୋଇଥିଲା । ଆଦିଲ ମହମ୍ମଦ ଡାରର ସଂପର୍କରେ ରହିବା ସହ ପୁଲଓ୍ଵାମା ଆତଙ୍କବାଦୀ ଆକ୍ରମଣରେ ସାମିଲ ଥିଲା । ମୁଦ୍ଦାସିର ସହ ଅନ୍ୟ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଦୁଇ ଆତଙ୍କବାଦୀଙ୍କ ପରିଚୟ ମିଳିପାରିନାହିଁ । ଗତକାଲି ଆତଙ୍କବାଦୀ ପୁଲଓ୍ଵାମାର ତ୍ରାଲ ଅଞ୍ଚଳରେ ରହିଥିବା ଜାଣିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ୍‌ ଆରମ୍ଭ ହୋଇଥିଲା । ପରେ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏବେ ବି ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ୍‌ ଜାରି ରହିଛି । ୧୪ ଫେବୃଆରୀରେ ହୋଇଥିବା ପୁଲଓ୍ଵାମା ଆକ୍ରମଣ ପରେ ସୁରକ୍ଷାକର୍ମୀଙ୍କ ବିଭିନ୍ନ ସମୟରେ ଟାର୍ଗେଟ୍‌ କରୁଛି ଜୈଶ-ଏ-ମହମ୍ମଦ । କିଛି ଦିନ ତଳେ ସୁରକ୍ଷାକର୍ମୀଙ୍କ ଗୁଳିରେ ହିଜିବୁଲ ମୁଜାହୁଦ୍ଦିନ୍‌ର ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଥିଲେ ।

KNews Bureau

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 min ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

3 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

44 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

58 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago