ଦେଶ ବିଦେଶ

ଚଣ୍ଡୀଗଡ଼ ବାସଭବନରେ ଡାକ୍ତର ଗୁରପ୍ରୀତ୍‌ କୋର୍‌ଙ୍କ ହାତ ଧରିଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ବହୁ ପ୍ରତୀକ୍ଷାର ଅନ୍ତ ଘଟାଇ ଶେଷରେ ବିବାହ ବନ୍ଧନରେ ବାନ୍ଧି ହେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ । ବର ବେଶରେ ବସିଲେ ଭଗଓ୍ଵନ୍ତ ମାନ୍‌ । କନ୍ୟା ସାଜିଛନ୍ତି ଡକ୍ଟର ଗୁରପ୍ରୀତ୍‌ କୋର୍‌ । ବାଜା ସାହାନାଇ ମଧ୍ୟରେ ଦୁହିଁଙ୍କ ବିବାହ ରୀତିନୀତିରେ ସମ୍ପର୍ଣ୍ଣ ହୋଇଛି । ମାନ୍‌ଙ୍କ ନିଜ ଚଣ୍ଡିଗଡସ୍ଥିତ ବାସଭବନରେ ବିବାହ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି । ଅଳ୍ପ ସଂଖ୍ୟକ ଅତିଥିଙ୍କୁ ନେଇ ବିବାହ ଉତ୍ସବ ଚାଲିଛି । କେବଳ ପରିବାର ଓ ଘନିଷ୍ଠ ବନ୍ଧୁମାନେ ବାହାଘରରେ ଯୋଗଦେଇଛନ୍ତି । ମାନ୍‌ଙ୍କ ବାହାଘରରେ ଯୋଗଦେଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ ଓ ସାଂସଦ ରାଘବ ଚଢା । ଡାକ୍ତର ଗୁରପ୍ରୀତ୍‌ କୋର୍‌ଙ୍କୁ ଦ୍ୱିତୀୟ ବିବାହ କରିଛନ୍ତି ଭଗଓ୍ଵନ୍ତ ମାନ । କହିରଖିବା ଉଚିତ ହେବକି ଆଜିକୁ ଠିକ ୬ବର୍ଷ ତଳେ ମାନ୍‌ଙ୍କ ପ୍ରଥମ ବିବାହ ବିଚ୍ଛେଦ ହୋଇଥିଲା ।

 

 

KNews Bureau

Recent Posts

ଜୁନରୁ ଆରମ୍ଭ ଯୁକ୍ତ ତିନି ନାମଲେଖା ପ୍ରକିୟା, ଜାଣନ୍ତୁ କିପରି କରିବେ ଆବେଦନ

ଭୁବନେଶ୍ୱର (କେନ୍ୟୁଜ): ଯୁକ୍ତ ତିନି ନାମ ଲେଖା ପାଇଁ ଜୁନ୍ ପ୍ରଥମ ସପ୍ତାହରୁ କରିପାରିବେ ଆବେଦନ । ଅନଲାଇନ୍ ଜରିଆରେ…

7 mins ago

ପତ୍ନୀ ହୋଇ ରହିଲେ ମାସକୁ ୫ ହଜାର ଟଙ୍କା ଦେବି, ବୋହୂକୁ ଏମିତି ଅଫର ଦେଲା ଶଶୁର

ପତ୍ନୀ ହୋଇ ରହିଲେ ମାସକୁ ୫ ହଜାର ଟଙ୍କା ଦେବି । ଶଶୁରଙ୍କ ଏଭଳି କଥାରେ ଥାନାରେ ପହଞ୍ଚିଛି ବୋହୂ…

27 mins ago

ଯୁବକ ଗିଳିଦେଲେ ଛୁଞ୍ଚି, ଲୁହା କଣ୍ଟା ଓ ନଟ-ବୋଲ୍ଟ, ମାନସିକ ସ୍ତରରେ ଦୁର୍ବଳ ହୋଇ କଲେ ଏମିତି କାଣ୍ଡ

ରାଜସ୍ଥାନ ଜୟପୁରସ୍ଥିତ ଏସଏମଏସ ସରକାରୀ ଡାକ୍ତରଖାନାର ଡାକ୍ତରମାନେ ଲେପ୍ରୋସ୍କୋପି ସାହାଯ୍ୟରେ ଜଣେ ଯୁବକଙ୍କର ଅପରେସନ୍ କରିଛନ୍ତି ଏବଂ ଯୁବକଙ୍କ ପେଟରୁ…

28 mins ago

୧୦ ଟଙ୍କିଆ ଥଣ୍ଡା ପାନୀୟ ଭିତରୁ ବାହାରିଲା କଣ୍ଡୋମ୍: ଆଶ୍ଚର୍ଯ୍ୟ ଲାଗୁଛି ନା, କିନ୍ତୁ ଘଟଣାଟି ସତ

ମୋହନା(କେନ୍ୟୁଜ) : ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଥିବାବେଳେ ଗଜପତି ଜିଲ୍ଲାରେ ମଧ୍ୟ ଅସହ୍ୟ ଗରମ ଅନୁଭୂତ ହେଉଛି…

59 mins ago

ପୁଣି ବିରୋଧୀଙ୍କ ଉପରେ ବର୍ଷିଲେ ପାଣ୍ଡିଆନ୍, କହିଲେ ଚାଷୀଙ୍କ ପାଇଁ କିଛି କରିନି ବିଜେପି

ଭୁବନେଶ୍ୱର (କେନ୍ୟୁଜ): ବିଜେପି ଉପରେ ପୁଣି ବର୍ଷିଲେ କାର୍ତ୍ତିକ ପାଣ୍ଡିଆନ୍ । କେନ୍ଦ୍ରରେ ଦଶ ବର୍ଷ କ୍ଷମତାରେ ରହିବା ସତ୍ତ୍ବେ…

1 hour ago

ସେଣ୍ଟ୍ରାଲ ବ୍ୟାଙ୍କରେ ଖାଲିପଡିଛି ଅନେକ ପଦବୀ, ଇଣ୍ଟରଭ୍ୟୁରେ ହେବ ଚୟନ

ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହା ଅନୁଯାୟୀ ବ୍ୟାଙ୍କରେ ବିଭିନ୍ନ ପଦବୀ…

1 hour ago