ରାହୁଲ ଗାନ୍ଧୀଙ୍କ ସାଂସଦ ପଦ ରଦ୍ଦ, କୋର୍ଟଙ୍କ ଦଣ୍ଡାଦେଶ ଘୋଷଣା ପରେ ଲୋକସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା। ସାଂସଦ ସଭ୍ୟପଦ ରଦ୍ଦ। ମାନହାନି ମାମଲାରେ ରାହୁଲ ଗାନ୍ଧୀଙ୍କୁ ଦୁଇ ବର୍ଷ ଜେଲ୍ ଦଣ୍ଡାଦେଶ ପରେ ତାଙ୍କ ସଭ୍ୟ ପଦ ରଦ୍ଦ ହୋଇଛି।

ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା। ସାଂସଦ ସଭ୍ୟପଦ ରଦ୍ଦ। ମାନହାନି ମାମଲାରେ ରାହୁଲ ଗାନ୍ଧୀଙ୍କୁ ଦୁଇ ବର୍ଷ ଜେଲ୍ ଦଣ୍ଡାଦେଶ ପରେ ତାଙ୍କ ସଭ୍ୟ ପଦ ରଦ୍ଦ ହୋଇଛି। ଜନପ୍ରତିନିଧି ଆଇନ ୧୯୫୧ ଧାରା ୮ (୩) ଅନୁଯାୟୀ ଯଦି ଜଣେ ସାଂସଦ ବା ବିଧାୟକଙ୍କୁ କୌଣସି ଅପରାଧରେ ଦୋଷୀ ସାବ୍ୟସ୍ତ କରାଯାଏ ଏବଂ ତାଙ୍କୁ ୨ ବର୍ଷ କିମ୍ବା ତା’ ଠାରୁ ଅଧିକ ଦଣ୍ଡାଦେଶ ହୁଏ, ତେବେ ସେ ସଦସ୍ୟ ପଦ ହରାଇବେ। ଏଥିସହ ଜେଲ୍‌ରୁ ମୁକୁଳିବାର ୬ ବର୍ଷ ପର୍ଯ୍ୟନ୍ତ କୌଣସି ନିର୍ବାଚନ ଲଢ଼ି ପାରିବେ ନାହିଁ।

ସେପଟେ ରାହୁଲ ଗାନ୍ଧୀଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ପରେ କଂଗ୍ରେସ ଜରୁରୀ ବୈଠକ ଡକାଇଛି। ଦିଲ୍ଲୀ କଂଗ୍ରେସ ମୁଖ୍ୟାଳୟରେ ସଂଧ୍ୟା ୫ଟାରେ ବୈଠକ ବସିବ। ଏଥିପାଇଁ ଷ୍ଟିୟରିଂ କମିଟି ସଦସ୍ୟ, ପିସିସି ସଭାପତି, CLP ନେତାଙ୍କୁ ଡାକରା ହୋଇଛି। ଏହି ବୈଠକର ଅଧ୍ୟକ୍ଷତା ଦଳର ସଭାପତି ମଲ୍ଲିକାର୍ଜୁନ ଖଡ୍‌ଗେ କରିବେ। ରାହୁଲ ଗାନ୍ଧୀଙ୍କୁ ୨ ବର୍ଷ ଜେଲ୍‌ ଦଣ୍ଡାଦେଶର ସମୀକ୍ଷା ହୋଇପାରେ ବୋଲି ଜଣାପଡ଼ିଛି।

Leave A Reply

Your email address will not be published.