ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା। ସାଂସଦ ସଭ୍ୟପଦ ରଦ୍ଦ। ମାନହାନି ମାମଲାରେ ରାହୁଲ ଗାନ୍ଧୀଙ୍କୁ ଦୁଇ ବର୍ଷ ଜେଲ୍ ଦଣ୍ଡାଦେଶ ପରେ ତାଙ୍କ ସଭ୍ୟ ପଦ ରଦ୍ଦ ହୋଇଛି। ଜନପ୍ରତିନିଧି ଆଇନ ୧୯୫୧ ଧାରା ୮ (୩) ଅନୁଯାୟୀ ଯଦି ଜଣେ ସାଂସଦ ବା ବିଧାୟକଙ୍କୁ କୌଣସି ଅପରାଧରେ ଦୋଷୀ ସାବ୍ୟସ୍ତ କରାଯାଏ ଏବଂ ତାଙ୍କୁ ୨ ବର୍ଷ କିମ୍ବା ତା’ ଠାରୁ ଅଧିକ ଦଣ୍ଡାଦେଶ ହୁଏ, ତେବେ ସେ ସଦସ୍ୟ ପଦ ହରାଇବେ। ଏଥିସହ ଜେଲ୍ରୁ ମୁକୁଳିବାର ୬ ବର୍ଷ ପର୍ଯ୍ୟନ୍ତ କୌଣସି ନିର୍ବାଚନ ଲଢ଼ି ପାରିବେ ନାହିଁ।
ସେପଟେ ରାହୁଲ ଗାନ୍ଧୀଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ପରେ କଂଗ୍ରେସ ଜରୁରୀ ବୈଠକ ଡକାଇଛି। ଦିଲ୍ଲୀ କଂଗ୍ରେସ ମୁଖ୍ୟାଳୟରେ ସଂଧ୍ୟା ୫ଟାରେ ବୈଠକ ବସିବ। ଏଥିପାଇଁ ଷ୍ଟିୟରିଂ କମିଟି ସଦସ୍ୟ, ପିସିସି ସଭାପତି, CLP ନେତାଙ୍କୁ ଡାକରା ହୋଇଛି। ଏହି ବୈଠକର ଅଧ୍ୟକ୍ଷତା ଦଳର ସଭାପତି ମଲ୍ଲିକାର୍ଜୁନ ଖଡ୍ଗେ କରିବେ। ରାହୁଲ ଗାନ୍ଧୀଙ୍କୁ ୨ ବର୍ଷ ଜେଲ୍ ଦଣ୍ଡାଦେଶର ସମୀକ୍ଷା ହୋଇପାରେ ବୋଲି ଜଣାପଡ଼ିଛି।
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…