ଦେଶ ବିଦେଶ

ଅଯୋଧ୍ୟା ରାମ ମନ୍ଦିରର ସମ୍ମୁଖ ପାର୍ଶ୍ୱର ପ୍ରଥମ ଫଟୋ ଜାରି, ୨୦୨୪ ଜାନୁୟାରୀ ସୁଦ୍ଧା ଉଦ୍‌ଘାଟନ

ଉତ୍ତର ପ୍ରଦେଶର ଅଯୋଧ୍ୟାରେ ରାମ ମନ୍ଦିରର ନିର୍ମାଣ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି। ମନ୍ଦିରର ଭୂତଳ କାମ ପ୍ରାୟତଃ ସମାପ୍ତ ହୋଇଗଲାଣି। ଏହାସହିତ ପ୍ରଥମ ତାଲା ପାଇଁ ୧୦ ଫୁଟ୍‌ର ପିଲର୍‌ ବି ପ୍ରସ୍ତୁତ ହୋଇଯାଇଛି। ଏବେ ମନ୍ଦିର ଟ୍ରଷ୍ଟ୍‍ ତରଫରୁ ନିର୍ମାଣ କାର୍ଯ୍ୟର ଏକ ଫଟୋ ଜାରି କରାଯାଇଛି।

ସୂଚନା ମୁତାବକ, ଶନିବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଯୋଧ୍ୟା ରାମ ମନ୍ଦିରରେ ପହଞ୍ଚିଥିଲେ। ଏଠାରେ ପ୍ରଭୁଙ୍କୁ ଦର୍ଶନ କରିବା ପରେ ସେ ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କରିଥିଲେ। ମନ୍ଦିର ଟ୍ରଷ୍ଟ ତରଫରୁ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଇଞ୍ଜିନିୟରମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ମନ୍ଦିର ପରିସର ଭ୍ରମଣ କରିଥିଲେ।

ମନ୍ଦିର ନିର୍ମାଣ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଜାରି ରହିଛି। ଟ୍ରଷ୍ଟର ଅଧିକାରୀମାନଙ୍କ କହିବା ଅନୁସାରେ, ୨୦୨୪ ଜାନୁୟାରୀ ସୁଦ୍ଧା ମନ୍ଦିରର ଭବ୍ୟ ଉଦ୍‌ଘାଟନ କରାଯିବ।

କିଛି ଦିନ ପୂର୍ବେ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ୍‍ ତରଫରୁ ମନ୍ଦିର ଗର୍ଭଗୃହର ଏକ ଭିଡିଓ ଜାରି କରାଯାଇଥିଲା। କୁହାଯାଇଥିଲା କି, ଗର୍ଭଗୃହର ସିଂହାସନ ଉପରେ ପ୍ରଭୁ ଶ୍ରୀରାମଙ୍କ ମୂର୍ତ୍ତି ସ୍ଥାପନ କରାଯିବ। ସୂଚନାଥାଉ କି, ଅଯୋଧ୍ୟା ରାମ ମନ୍ଦିର ତିନି ମହଲା ବିଶିଷ୍ଟ ହେବ। ଏହାର ପ୍ରଥମ ମହଲା ପାଖାପାଖି ପ୍ରସ୍ତୁତ ହୋଇଗଲାଣି।

Roshni

Recent Posts

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

14 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

29 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

39 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

50 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

2 hours ago