Below header

ଆର୍ମି ହସ୍ପିଟାଲରେ ଭର୍ତ୍ତି ହେଲେ ରାଷ୍ଟ୍ରପତି, କିଛି ଦିନ ତଳେ ନେଇଥିଲେ କରୋନା ଟିକା

ମେଡିକାଲରେ ଭର୍ତ୍ତି ହୋଇଛନ୍ତି ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଆଜି ସକାଳେ ଛାତିରେ ଯନ୍ତ୍ରଣା ଅନୁଭବ କରିବାକୁ ତାଙ୍କୁ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହା ପରେ ତାଙ୍କର ରୁଟିନ୍‌ ଚେକ୍‌ଅପ୍‌ ଆରମ୍ଭ ହୋଇଛି। ଏବେ ତାଙ୍କ ସ୍ୱାସ୍ଥାବସ୍ଥା ସ୍ଥିର ଥିବା ଜଣାଯାଇଛି।
ଆର୍ମି ହସ୍ପିଟାଲ ତରଫରୁ ଜାରି କରାଯାଇଥିବା ବୁଲେଟିନ୍‌ରେ କୁହାଯାଇଛି ଯେ ରାଷ୍ଟ୍ରପତିଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ଲଗାତାର ଭାବେ ନଜର ରଖାଯାଇଛି। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଅଛି।

ଇତି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତିଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ପିଏମ୍‌ଓ ତରଫରୁ ଜାରି କରାଯାଇଥିବା ବୟାନ ମୁତାବକ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତିଙ୍କ ପୁଅଙ୍କ ସହ କଥାବାର୍ତ୍ତା କରି ତାଙ୍କ ହାଲଚାଲ ପଚାରି ବୁଝିଛନ୍ତି। ଏଥିସହ ତାଙ୍କ ସୁସ୍ଥତା କାମନା କରିଛନ୍ତି ପ୍ରଧାନମନ୍ତ୍ରୀ।

ସୂଚନାଯୋଗ୍ୟ ଯେ କିଛି ଦିନ ତଳେ ରାଷ୍ଟ୍ରପତି କୋବିନ୍ଦ କରୋନା ଭ୍ୟାକ୍‌ସିନ୍‌ର ପ୍ରଥମ ଡୋଜ୍‌ ନେଇଥିଲେ। ରାଷ୍ଟ୍ରପତି ନିଜ ପତ୍ନୀଙ୍କ ସହ ନିଜେ ହସ୍ପିଟାଲ ଯାଇ କରୋନା ଭ୍ୟାକ୍‌ସିନ୍‌ର ଟିକା ନେଇଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.