ମେଘାଳୟରେ ଓଡ଼ିଶା ଅଗ୍ନିଶମ ଟିମ୍‌ , କୋଇଲା ଖଣିରେ ଫସି ରହିଥିବା ଶ୍ରମିକଙ୍କୁ କରୁଛନ୍ତି ଉଦ୍ଧାର

ମେଘାଳୟ(କେନ୍ୟୁଜ୍) : ମେଘାଳୟ ଜୟନ୍ତିଆ କୋଇଲା ଖଣିରେ ଫସି ରହିଥିବା ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଜାରି ରହିଛି ଉଦ୍ୟମ । ଆଜିଠୁ ଉଦ୍ଧାର କାର‌୍ୟ୍ୟରେ ସାମିଲ ହେବେ ଓଡିଶା ଅଗ୍ନିଶମ ବିଭାଗର ସ୍ୱତନ୍ତ୍ର ଟିମ୍‌ । ଓଡିଶା ଅଗ୍ନିଶମ ବିଭାଗର ବଛାବଛା ୨୧ଜଣ କର୍ମଚାରୀ ଏଥିରେ ସାମିଲ ହେବେ । ଏଥିପାଇଁ ଏକ ଟିମ୍‌ ମେଘାଳୟ ଯାଇଛି । ଖଣିରେ ଫସି ରହିଥିବା ୧୫ଜଣ ଶ୍ରମିକକୁ ଉଦ୍ଧାର ପାଇଁ ଚାଲିଛି ଅପରେସନ ।

ଅତ୍ୟାଧୁନିକ ଜ୍ଞାନକୌଶଳ ଓ ଯନ୍ତ୍ରାଂଶରେ ଉଦ୍ଧାର କାମ କରଯାଉଛି । ଗତ ୧୩ ତାରିଖରେ ମେଘାଳୟ ଜୟନ୍ତିଆ କୋଇଲା ଖଣିରେ କାମ କରୁଥିବା ବେଳେ ଦୁର୍ଘଟଣା ଘଟିଥିଲା । କାମ କରୁଥିବା ବେଳେ ହଠାତ ପାଣି ପସିଯାଇଥିଲା । ଶ୍ରମିକଙ୍କ ମଧ୍ୟରୁ କିଛି ଜଣ ଉଦ୍ଧାର ହୋଇଥିବା ବେଳେ ଏବେ ବି ୧୫ ଜଣ ଫସି ରହିଛନ୍ତି । ଖଣିରେ ବନ୍ୟା ପାଣି ରହିଥିବାରୁ ଉଦ୍ଧାର କାର୍ଯ୍ଯରେ ଅସୁବିଧା ହେଉଛି । ଉଦ୍ଧାର କାର‌୍ୟ୍ୟରେ ଏନଡିଆରଏଫ ମଧ୍ୟ ସାମିଲ ହୋଇଛି ।

 

 

KNews Bureau

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

26 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

28 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

2 hours ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago