ଭାରସାମ୍ୟ ହରାଇ ଓଲଟିଲା ପିକଅପ୍ ଭ୍ୟାନ୍, ଚାଲିଗଲା ୧୪ ଜଣଙ୍କ ଜୀବନ

ଭୟଙ୍କର ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ୧୪ ଜଣଙ୍କର ମୃତ୍ୟୁ । ୨୧ ଜଣ ଆହତ ହୋଇଛନ୍ତି । ମଧ୍ୟପ୍ରଦେଶର ଶାହପୁର ଥାନା ଅନ୍ତର୍ଗତ ବିଛିଆ ନିକଟ ବଡ଼ଝାର ଘାଟରେ ଘଟିଛି ଏହି ସୁର୍ଘଟଣା । ଏକ ପିକଅପ୍ ଭ୍ୟାନ୍ ଭାରସାମ୍ୟ ହରାଇ ଓଲଟି ପଡ଼ିବା ଫଳରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା ।

ନୂଆଦିଲ୍ଲୀ : ଭୟଙ୍କର ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ୧୪ ଜଣଙ୍କର ମୃତ୍ୟୁ । ୨୧ ଜଣ ଆହତ ହୋଇଛନ୍ତି । ମଧ୍ୟପ୍ରଦେଶର ଶାହପୁର ଥାନା ଅନ୍ତର୍ଗତ ବିଛିଆ ନିକଟ ବଡ଼ଝାର ଘାଟରେ ଘଟିଛି ଏହି ସୁର୍ଘଟଣା । ଏକ ପିକଅପ୍ ଭ୍ୟାନ୍ ଭାରସାମ୍ୟ ହରାଇ ଓଲଟି ପଡ଼ିବା ଫଳରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା  ।ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ନିମନ୍ତେ ପଠାଯାଇଛି। ଏହି ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି।

ଖବର ଅନୁଯାୟୀ  ପିକଅପରେ ଥିବା ଲୋକମାନେ ଏକ ପାରିବାରକ କାର୍ଯ୍ୟକ୍ରମରେ ଯୋଗ ଦେଇ ଫେରୁଥିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ଆହତମାନଙ୍କୁ ଶାହପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ କେତେଜଣଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର ରହିଛି ।  ତେବେ ଦୁର୍ଘଟଣାର କାରଣ ସ୍ପଷ୍ଟ ହୋଇନାହିଁ । ଘଟଣାରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡ. ମୋହନ ଯାଦବ ଗଭୀର ଦୁଃଖ ପ୍ରକାଶ କରି ସମବେଦନା ଜଣାଇବା ସହ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ଏଥିସହ ଗୁରୁତରଙ୍କୁ ସବୁ ପ୍ରକାର ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଡା. ଯାଦବଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ଜଣେ କ୍ୟାବିନେଟ ମନ୍ତ୍ରୀ ଘଟଣାସ୍ଥଳକୁ ଯାଇଥିବା ଜଣାଯାଇଛି।

ଏହି ଦୁର୍ଘଟଣା ଯୋଗୁ ବହୁ ସମୟ ଧରି ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଏହାପରେ ରାସ୍ତାରୁ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ରାସ୍ତାରୁ ହଟାଯିବା ପରେ ଗାଡ଼ି ଚଳାଚଳ ସ୍ୱାଭାବିକ ହୋଇଥିଲା। ପୋଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.