ଆଜିଠୁ ସଂସଦରେ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ

ଆଜିଠୁ ସଂସଦରେ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ହେବ । ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନରେ ମୋଟ ୧୭ଟି କାର୍ଯ୍ୟ ଦିବସ ରହିଛି । ପ୍ରଥମ ପର୍ଯ୍ୟାୟ ଶେଷ ହେବାର ପ୍ରାୟ ଏକ ମାସ ପରେ ଦ୍ୱିତୀୟ ଅଧିବେଶନ ଆରମ୍ଭ ହେବାକୁ ଯାଉଥିବାରୁ ପୁଣି ରାଜନୈତିକ ସରଗରମ ହେବାକୁ ଯାଉଛି ।

ନୂଆଦିଲ୍ଲୀ : ଆଜିଠୁ ସଂସଦରେ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ହେବ । ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନରେ ମୋଟ ୧୭ଟି କାର୍ଯ୍ୟ ଦିବସ ରହିଛି । ପ୍ରଥମ ପର୍ଯ୍ୟାୟ ଶେଷ ହେବାର ପ୍ରାୟ ଏକ ମାସ ପରେ ଦ୍ୱିତୀୟ ଅଧିବେଶନ ଆରମ୍ଭ ହେବାକୁ ଯାଉଥିବାରୁ ପୁଣି ରାଜନୈତିକ ସରଗରମ ହେବାକୁ ଯାଉଛି । ବିଶେଷକରି ଆଦାନୀ ପ୍ରସଙ୍ଗ ସମେତ ଇଡି ଓ ସିବିଆଇ କାର୍ଯ୍ୟକଳାପକୁ ନେଇ ବିରୋଧୀ କେନ୍ଦ୍ର ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଥିବାରୁ ଅଧିବେଶନ ସରଗରମ ହେବ ।

ଏଥିପାଇଁ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛନ୍ତି ବିରୋଧୀ । ଆଜି କଂଗ୍ରେସ ସାଂସଦ ତଥା ରାଜ୍ୟସଭା ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖଡଗେଙ୍କ ନେତୃତ୍ୱରେ ସବୁ କଂଗ୍ରେସ ସାଂସଦ ଏକାଠି ହେବେ । ସେହିପରି କଂଗ୍ରେସ ସମେତ ଅନ୍ୟ ବିରୋଧୀ ଦଳ ମଧ୍ୟ କେନ୍ଦ୍ରକୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିବେ । ଚଳିତ ଅଧିବେଶନରେ ବିଭାଗୀୟ ସଂସଦୀୟ ସ୍ଥାୟୀ କମିଟି, ବିଭିନ୍ନ ମନ୍ତ୍ରଣାଳୟ ଓ ବିଭାଗୀୟ ଅନୁଦାନ ସଂପର୍କୀତ ଆଲୋଚନା ହେବ । ଜାନୁଆରୀ ୩୧ରୁ ଫେବ୍ରୁଆରୀ ୧୦ ଯାଏ ଚାଲିଥିଲା ସଂସଦର ପ୍ରଥମ ଅଧିବେଶନ।.

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.