Below header

ଜାମ୍ମୁ କାଶ୍ମୀରର ପୁଲୱାମାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ଜଣେ ଯବାନ ସହିଦ

ଜମ୍ମୁ କାଶ୍ମୀର(କେନ୍ଯୁଜ୍): ଜମ୍ମୁ କାଶ୍ମୀରର ପୁଲୱାମାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ। ବିଳମ୍ବିତ ରାତିରେ ଆତଙ୍କବାଦୀ ଓ ସୁରକ୍ଷା ବାହିନୀ ମଧ୍ୟରେ ଜୋରଦାର ଏନକାଉଣ୍ଟର । ଏଥିରେ ଜଣେ ଯବାନ ସହିଦ ହୋଇଛନ୍ତି।

ପୁଲୱାମାର ହାଜିନ୍‌ ରାଜପୋରାରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏନକାଉଣ୍ଟର ଆରମ୍ଭ ହୋଇଥିଲା। ଏହି ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିବା ପରେ ସର୍ଚ୍ଚ ଅପରେସନ୍‌ କରାଯାଇଥିଲା ।

ଆତଙ୍କବାଦୀଙ୍କ ଉପରକୁ ସୁରକ୍ଷାକର୍ମୀମାନେ ଗୁଳି ଚଳାଇଥିଲେ। ଏନକାଉଣ୍ଟରରେ ୩ରୁ ୪ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଇଛି। ହଞ୍ଜିନ୍‌ ରାଜପୋରାରେ ସର୍ଚ୍ଚ ଅପରେସନ୍‌ ଜାରି ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.