ଆକ୍ସନ ମୁଡରେ କେନ୍ଦ୍ର ସରକାର , ଏସଏମଏସ୍‌ ଗିଲାନିଙ୍କ ସମେତ ୧୮ ବିଚ୍ଛିନ୍ନତାବାଦୀ ନେତାଙ୍କଠାରୁ ସୁରକ୍ଷା ପ୍ରତ୍ୟାହୃତ

ନୂଆଦିଲ୍ଲୀ(କେନ୍ୟୁଜ୍) : ପୁଲଓ୍ଵାମା ଆତଙ୍କବାଦୀ ଆକ୍ରମଣ ପରେ ଆକ୍ସନ ମୁଡରେ କେନ୍ଦ୍ର ସରକାର । ୪ ଜଣ ହୁରିୟତ ନେତାଙ୍କ ପରେ ଏବେ ଜମ୍ମୁ କାଶ୍ମୀରର ଆଉ ୧୮ ଜଣ ବିଚ୍ଛିନ୍ନତାବାଦୀ ନେତାଙ୍କଠାରୁ ସୁରକ୍ଷାକୁ ପ୍ରତ୍ୟାହାର କରିଛନ୍ତି ଜମ୍ମୁ କାଶ୍ମୀର ସରକାର । ଏମାନଙ୍କ ମଧ୍ୟରେ ଅଛନ୍ତି ଏସଏଏସ୍‌ ଗିଲାନି, ଆଗା ସୟଦ ମୋସଭି, ୟସିନ୍‌ ମଲ୍ଲିକ, ଆବାସ ଅନସାରୀଙ୍କ ଭଲି ନେତ । ଏହା ବ୍ୟତୀତ ଜମ୍ମୁ କାଶ୍ମୀରରେ ୧୫୫ ଜଣ ରାଜନେତାଙ୍କୁ ଦିଆଯାଉଥିବା ସୁରକ୍ଷାକୁ ବି ପ୍ରତ୍ୟାହାର କରି ନିଆଯାଇଛି। ଏମାନଙ୍କ ସୁରକ୍ଷା ଦାୟିତ୍ୱରେ ନିୟୋଜିତ ହୋଇଥିଲେ ୧୦୦ଟି ଗାଡ଼ି ଓ ହଜାରେ ସୁରକ୍ଷାବାହିନୀ। ପୁଲଓ୍ଵାମା ଆତଙ୍କବାଦୀ ଆକ୍ରମଣ ପରେ ପ୍ରଥମେ ଘାଟିର ୪ଜଣ ବିଚ୍ଛିନ୍ନତାବାଦୀ ନେତାଙ୍କଠାରୁ ସୁରକ୍ଷାକୁ ହଟାଇ ଦିଆଯାଇଥିଲା। ଏପର୍ଯ୍ୟନ୍ତ ସମସ୍ତ ୨୨ ଜଣ ବିଚ୍ଛିନ୍ନତାବାଦୀ ନେତାଙ୍କଠାରୁ ସୁରକ୍ଷାକୁ ହଟାଇ ଦେଇଛନ୍ତି ସରକାର।

 

 

KNews Bureau

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

12 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

13 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

54 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago