କେନ୍ୟୁଜ୍(ବ୍ୟୁରୋ): ଆଉ ନାହାନ୍ତି ପ୍ରଖ୍ୟାତ କଣ୍ଠଶିଳ୍ପୀ ଭୂପିନ୍ଦର ସିଂ । ମୁମ୍ବାଇର ଏକ ହସ୍ପିଟାଲରେ ୮୨ ବର୍ଷ ବୟସରେ ପରଲୋକ ହୋଇଛି । ଅନେକ ଦଶନ୍ଧି ଧରି ସଂଗୀତର ଶାସ୍ତ୍ରୀୟତାରେ ଶ୍ରୋତାଙ୍କୁ ମନ୍ତ୍ରମୁଗ୍ଧ କରି ରଖିଥିଲେ ଭୂପିନ୍ଦର ସିଂ। ଦୋ ଦିଓ୍ଵାନେ ସହର ମେ, କିସି ନଜର କୋ ତେରା ଇନ୍ତେଜାର, ନାମ ଗମ୍ ଯାଏଗା, ହୋଟୋଁ ପେ ଐସି ବାତ୍ ଭଳି ବହୁ ହିଟ୍ ଗୀତର ଗାୟକ ହେଉଛନ୍ତି ଭୂପିନ୍ଦର ସିଂ । ୧୦ ଦିନ ପୂର୍ବରୁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।
ଆଜି ସକାଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ି ଯାଇଥିଲା। ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ସଂଧ୍ୟା ୭ଟା ୪୫ରେ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିଲା। ଆସନ୍ତାକାଲି ତାଙ୍କର ଶେଷକୃତ୍ୟ ହେବ। ଓଡ଼ିଆ ଚଳଚ୍ଚିତ୍ର ଅନୁରାଗ, ଉଲକା ଏବଂ ଟେଲି ସିରିଏଲ ସାରା ଆକାଶରେ ସଙ୍ଗୀତ ପରିବେଷଣ କରିଥିଲେ । ତାଙ୍କ ବିୟୋଗରେ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି ।
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…