ଆସନ୍ତାକାଲି ବନ୍ଦ ରହିବ ନାହିଁ ଶିରିଡିର ସାଇବାବାଙ୍କ ମନ୍ଦିର, ଅନିର୍ଦ୍ଦିଷ୍ଟ କାଳ ପାଇଁ ମନ୍ଦିର ବନ୍ଦ ରହିବା ଖବରକୁ ଟ୍ରଷ୍ଟ ପକ୍ଷରୁ ଖଣ୍ଡନ

କେନ୍ୟୁଜ୍(ବ୍ୟୁରୋ): ଆସନ୍ତାକାଲି ବନ୍ଦ ରହିବ ନାହିଁ ଶିରିଡିର ସାଇବାବାଙ୍କ ମନ୍ଦିର। ଅନିର୍ଦ୍ଦିଷ୍ଟ କାଳ ପାଇଁ ମନ୍ଦିର ବନ୍ଦ ରହିବା ଖବରକୁ ମନ୍ଦିର ଟ୍ରଷ୍ଟ ପକ୍ଷରୁ ଖଣ୍ଡନ କରାଯାଇଛି। ଏହାକୁ ଗୁଜବ ବୋଲି କହିଛନ୍ତି ସାଇ ମନ୍ଦିରର ସିଇଓ ଦୀପକ ମୁଗଲିକର। ବାବାଙ୍କ ଦର୍ଶନାର୍ଥୀଙ୍କୁ ଏହା ଆଶ୍ୱସ୍ତ କରିଛି। ପରଭାଣୀର ପଥ୍‌ରୀକୁ ସାଇବାବାଙ୍କ ଜନ୍ମ ସ୍ଥାନ ବୋଲି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କହିବା ପରେ ଏହାକୁ ନେଇ ବିବାଦ ଉଠିଥିଲା। ପ୍ରତିବାଦରେ ଆସନ୍ତାକାଲିଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମନ୍ଦିର ବନ୍ଦ ରଖିବାକୁ ଟ୍ରଷ୍ଟ ପକ୍ଷରୁ ନିଷ୍ପତ୍ତି ହୋଇଥିବା ଖରବ ଘୂରି ବୁଲିଥିଲା। ସଂଧ୍ୟାରେ ଶିରିଡି ଗ୍ରାମବାସୀଙ୍କ ମଧ୍ୟରେ ଆଲୋଚନା ପରେ ନିଷ୍ପତ୍ତି କାର୍ଯ୍ୟକାରୀ ହେବ ବୋଲି ପ୍ରଚାର ହୋଇଥିଲା। ଏଭଳି ପ୍ରଚାରକୁ ମନ୍ଦିର ପକ୍ଷରୁ ଖଣ୍ଡନ କରାଯାଇଛି।

 

 

KNews Bureau

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

9 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

24 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

36 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

37 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

9 hours ago