ଦେଶ ବିଦେଶ

ଡେରାଡୁନ :ସାଙ୍ଗ ହୋଇ ବୁଲିବାକୁ ଆସିଥିବା ବେଳେ ଖାଇକୁ ଖସିଲା କାର୍‌, ୬ ମୃତ

ଉତ୍ତରାଖଣ୍ଡର ଡେରାଡୁନ-ମସୁରୀ ରାସ୍ତାରେ ଏସୟୁଭି ଏକ ପାହାଡ଼ ତଳକୁ ଖସି ପଡ଼ିବା ଫଳରେ ୬ ଜଣଙ୍କର ମୃତ୍ୟୁ ହୋଇଛି । କାର୍‌ଟି ଅନିୟନ୍ତ୍ରିତ ହୋଇ ଖାଇକୁ ଖସିପଡିଥିଲା । ଖବର ପାଇ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚିବା ସହିତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ମୃତକଙ୍କ ଭିତରେ ୪ ଜଣ ଯୁବକ ଏବଂ ୨ ଜଣ ଯୁବତୀ ରହିଛନ୍ତି । ଏମାନେ ସମସ୍ତେ ବୁଲିବାକୁ ଆସିଥିଲେ । ଘଟଣା ସ୍ଥଳରେ ପୋଲିସ, ଅଗ୍ନିଶମ ବିଭାଗ ଏବଂ ଏସଡିଆରଏଫ ଉଦ୍ଧାରକାର୍ଯ୍ୟ ଜାରି ରଖିଛି । ଦୁର୍ଘଟଣା ବିଷୟରେ ଖବର ପାଇବା ପରେ ସୋସିଆଲ ମିଡିଆରେ ଦୁଃଖ ପ୍ରକାଶ କରିଛନ୍ତି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି । । ଈଶ୍ୱରଙ୍କୁ ଦିବଂଗତ ଆତ୍ମା ପ୍ରତି ଶାନ୍ତି ଏବଂ ଶୋକ ସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ।

ଖବର ମୁତାବକ, ଉତ୍ତରାଖଣ୍ଡର ମସୁରୀ-ଡେରାଡୁନ ରୋଡ଼ର ଝଡ଼ୀପାନୀ ନିକଟରେ ଏସୟୁଭି ନିୟନ୍ତ୍ରଣ ହରାଇ ପାହାଡ଼ ତଳକୁ ଖସି ପଡ଼ିଥିଲା । ଗାଡ଼ିରେ ୪ ଜଣ ଯୁବକ ଓ ୨ ଜଣ ଯୁବତୀ ଯାତ୍ରା କରୁଥିଲେ । ଏମାନେ ସମସ୍ତେ ସାଙ୍ଗ ହୋଇ ମସୁରୀ ବୁଲିବାକୁ ଆସିଥିଲେ । ବୁଲିବା ପରେ ଡେରାଡୁନ ଫେରୁଥିବା ବେଳେ ଦୁର୍ଘଟଣା ହୋଇଥିଲା । ହଠାତ୍‌ କାର ଅନିୟନ୍ତ୍ରିତ ହୋଇ ଖାଇକୁ ଖଓିପଡିଥିଲା । ଘଟଣା ସ୍ଥଳରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହସପିଟାଲରେ ଭର୍ତ୍ତି ହୋଇଥିଲେ । ତେବେ ତାଙ୍କର ମଧ୍ୟ ଡାକ୍ତରଖାନାରେ ମୃତ୍ୟୁ ହୋଇଛି । ଦୁର୍ଘଟଣା ଖବର ସ୍ଥାନୀୟ ଲୋକେ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ ।

କଠିନ ପରିଶ୍ରମ ପରେ ଖାଇରୁ ଏମାନଙ୍କୁ ଉଦ୍ଧାର କରାଯାଇଥିଲା । ଉଦ୍ଧାରକାରୀ ଦଳ ପହଞ୍ଚିବା ବେଳକୁ ୪ ଜଣ ଯୁବକଙ୍କ ମୃତ୍ୟୁ ହୋଇସାରିଥିଲା । ଦୁଇ ଜଣ ଯୁବତୀ ଜୀବିତ ଥିଲେ କିନ୍ତୁ ପରେ ସେମାନଙ୍କ ମୃତ୍ୟୁ ହୋଇଥିଲା । ମୃତକଙ୍କ ପରିଚୟ ଖୋଜୁଛି ପୋଲିସ । ତେବେ ସେମାନେ ଆଇଏମଏସ କଲେଜର ଛାତ୍ରଛାତ୍ରୀ ବୋଲି ଜଣାପଡିଛି ।

Swagatika

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

5 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago