ଦେଶ ବିଦେଶ

ମଧ୍ୟପ୍ରଦେଶରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ ଏବଂ କାର ମୁହାଁମୁହିଁ ଧକ୍କା, ୬ ମୃତ

ମଧ୍ୟପ୍ରଦେଶର ସାଗରରେ ଭୟଙ୍କର ସଡ଼କ ଦୁର୍ଘଟଣା । ଟ୍ରକ ଏବଂ କାର ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଦୁର୍ଘଟଣା ସାନୋଧା ଥାନା ଅଞ୍ଚଳରେ ଘଟିଛି। ଦୁର୍ଘଟଣା ଏତେ ଭୀଷଣ ଥିଲା ଯେ, କାର ସଂପୂର୍ଣ୍ଣ ଚୁରମାର ହୋଇଯାଇଥିଲା ।

ସୂଚନା ମୁତାବକ, କାର୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି।  ସାଗରରୁ ଗାଡି ଗଢାକୋଟା ଯାଉଥିବା ବେଳେ ବିପରୀତ ଦିଗରେ ଏକ ଟ୍ରକ ଦ୍ରୁତଗତିରେ ଆସିଥିଲା । ଫଳରେ ମୁହାଁମୁହିଁ ଧକ୍କା ହୋଇଥିଲା । କାରରେ ୭ ଜଣ ଯୁବକ ଥିଲେ । ଏହି ଦୁର୍ଘଯଣାରେ କାରର ଷ୍ଟିୟରିଂ ଭାଙ୍ଗି ଯାଇଥିଲା । ଘଟଣାସ୍ଥଳରେ ୪ଜଣଙ୍କର ମୃତ୍ୟୁ ଘଟିଥିଲା। ତିନି ଜଣଙ୍କୁ ଗୁରୁତର ଅବସ୍ଥାରେ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ୨ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଏବେ ଚିକିତ୍ସାଧୀନ ଅଛନ୍ତି। ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଗାଡ଼ି ଛାଡ଼ି ଘଟଣାସ୍ଥଳରୁ ଫେରାର ହୋଇଯାଇଛି।

ମୃତକମାନେ ହେଲେ ମୁକେଶ ରେକୱାର, ପଙ୍କଜ ରେକୱାର,ବ୍ରଜେଶ ଠାକୁର, ଅର୍ପିତ ଜୈନ,ଗଣେଶ ରେକୱାର ଓ ପବନ ରେକୱାର। କାରରେ ୭ ଜଣ ଲୋକ ଥିଲେ ।

ଦୁର୍ଘଟଣାରେ କାରର ସମ୍ମୁଖ ଅଂଶ ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି। ପୋଲିସ ୨ଟି ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି। ପୋଲିସ ଫେରାର ଡ୍ରାଇଭରଙ୍କୁ ଖୋଜୁଛି । ଘଟଣା ସ୍ଥଳରେ ଏଡିଓପି ଅଶୋକ ଚରୋସିଆ, ଥାନା ଅଧିକାରୀ ଦିବ୍ୟ ପ୍ରକାଶ ତ୍ରିପାଠୀ ପହଞ୍ଚି ଯାଞ୍ଚ କରୁଛନ୍ତି ।

Swagatika

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

4 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago