ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳି ବିନିମୟ , ୬ ଆତଙ୍କବାଦୀ ନିହତ

ଜମ୍ମୁ-କାଶ୍ମୀର(କେନ୍ୟୁଜ୍) : ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳି ବିନିମୟ । ତ୍ରାଲ ଅବନ୍ତୀପୁରାରେ ହୋଇଥିବା ଏନ୍‌କାଉଣ୍ଟରରେ ୬ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଅବନ୍ତୀପୁରାରେ ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ୍‌ । ପୂରା ଅଞ୍ଚଳକୁ ଘେରାଉ କରିବା ସହ ଗୁଳି ବିନିମୟ ଆରମ୍ଭ ହୋଇଥିଲା । ଏଥିରେ ୬ ଆତଙ୍କବାଦୀ ନିହତ ହୋଇଛନ୍ତି । ଏବେ ବି ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ୍‌ ଜାରି ରହିଛି । ସୂଚନା ଅନୁସାରେ ଚଳିତ ବର୍ଷ ଜମ୍ମୁକାଶ୍ମୀରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨୫୦ରୁ ଅଧିକ ଆତଙ୍କବାଦୀ ନିହତ ହୋଇଛନ୍ତି।