ଜୁନ୍ ୫ରେ କେରଳ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ବର: ଡେରିରେ କେରଳ ଛୁଇଁବ ମୌସୁମୀ । ଜୁନ ୫ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବ । ଭାରତୀୟ ପାଣିପାଗ ବିଭାଗ-ଆଇଏମଡି ପକ୍ଷରୁ ଏହି ସୂଚନା ଦିଆଯାଇଛି । ପୂର୍ବରୁ ମେ ୧ରେ କେରଳ ମୌସୁମୀ ଛୁଇଁବ ବୋଲି ଆକଳନ କରାଯାଇଥିଲା । ଆଇଏମଡିର ପୂର୍ବାନୁମାନ ଅନୁଯାୟୀ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୨୨ ତାରିଖରେ ଆଣ୍ଡାମାନ ସାଗର ଅତିକ୍ରମ କରିବ ।

stromeଏହାଭିତରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ଅଞ୍ଚଳରେ ୱେଲ ମାର୍କଡ ଲୋ ପ୍ରେସର ଘନୀଭୂତ ହେବାରେ ଲାଗିଛି । ୧୬ ତାରିଖ ସଂଧ୍ୟା ବେଳକୁ ଏହା ସାମୁଦ୍ରିକ ବାତ୍ୟାରେ ପରିଣତ ହୋଇପାରେ । ଏହାଦ୍ୱାରା ଆଣ୍ଡାମାନ ସାଗର, ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରଗତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ ବୋଲି କୁହାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.