ଲାଲକିଲ୍ଲାରୁ ତ୍ରିରଙ୍ଗା ଉଡାଇଲେ ପ୍ରଧାନମନ୍ତ୍ରୀ, କହିଲେ ମଣିପୁରରେ ଯେଉଁ ହିଂସା ଘଟିଥିଲା ତାହା ମୋତେ ବ୍ୟଥିତ କରିଛି

ଆଜି ଦେଶ ପାଳୁଛି ୭୭ତମ ସ୍ୱାଧୀନତା ଦିବସ । ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରେ ପତାକା ଉତ୍ତୋଳନ କରିବା ସହ ଦେଶବାସୀଙ୍କୁ ସମ୍ବୋଧିତ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଏଥର ଦେଶବାସୀଙ୍କୁ ପରିବାନ ଜନ କହି ସମ୍ୱୋଧିତ କରି କହିଛନ୍ତି, "ବିଶ୍ୱର ସର୍ବବୃହତ ଗଣତନ୍ତ୍ର ରାଷ୍ଟ୍ର ଏବେ ଜନସଂଖ୍ୟା କ୍ଷେତ୍ରରେ ମଧ୍ୟ ଅଗ୍ରଣୀ ଦେଶ।

ନୂଆଦିଲ୍ଲୀ : ଆଜି ଦେଶ ପାଳୁଛି ୭୭ତମ ସ୍ୱାଧୀନତା ଦିବସ । ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରେ ପତାକା ଉତ୍ତୋଳନ କରିବା ସହ ଦେଶବାସୀଙ୍କୁ ସମ୍ବୋଧିତ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଏଥର ଦେଶବାସୀଙ୍କୁ ପରିବାନ ଜନ କହି ସମ୍ୱୋଧିତ କରି କହିଛନ୍ତି, “ବିଶ୍ୱର ସର୍ବବୃହତ ଗଣତନ୍ତ୍ର ରାଷ୍ଟ୍ର ଏବେ ଜନସଂଖ୍ୟା କ୍ଷେତ୍ରରେ ମଧ୍ୟ ଅଗ୍ରଣୀ ଦେଶ। ଏତେ ବଡ ଦେଶ, ମୋ ପରିବାରର ୧୪୦ କୋଟି ସଦସ୍ୟ ଆଜି ସ୍ୱାଧୀନତା ଦିବସ ପାଳନ କରୁଛନ୍ତି।”

କିଛି ଦିନ ହେଲା ମଣିପୁର ହିଂସା ମୋତେ ବ୍ୟଥିତ କରିଛି। ଏଥିସହ ଏହା ଭିତରେ ମଣିପୁରରେ ଶାନ୍ତି ଫେରିବା ମଧ୍ୟ ଆଶ୍ୱସ୍ତ କରିଛି। ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ଶାନ୍ତି ଅଛି। ସାରା ଦେଶ ମଣିପୁରବାସୀଙ୍କ ସହ ଅଛି। ଆଲୋଚନା ମାଧ୍ୟମରେ ମଣିପୁରର ସମାଧାନର ରାସ୍ତା ବାହାରିବ। ୭୭ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦବୋଧନ ଦେଇ ଏକଥା କହିଛନ୍ତି।

ସେ କହିଥିଲେ, ଆମର ଲୋକତନ୍ତ୍ର ବିଶ୍ୱରେ ସବୁଠୁ ବଡ଼। ସଦିଦ୍ ଭଗତ ସିଂହ ଓ ରାଣୀ ଲକ୍ଷ୍ମୀବାଈଙ୍କ ପରି ସ୍ବାଧୀନତା ସଂଗ୍ରାମୀଙ୍କୁ ମନେ ପକାଇ ଦେଶର ସ୍ବାଧୀନତା ପାଇଁ ଯେଉଁମାନେ ବଳିଦାନ ଦେଇଛନ୍ତି ସମସ୍ତଙ୍କୁ ସମ୍ମାନ ଜଣାଉଛି। ଚଳିତବର୍ଷ ପ୍ରାକୃତିକ ବିପର୍ଯ୍ୟୟ ଦ୍ବାରା ଦେଶରେ ବହୁତ କ୍ଷତି ହୋଇଛି ଏହାର ସାମ୍ନା କରିଥିବା ପରିବାରଙ୍କୁ ମୋର ସମବେଦନା ଜଣାଉଛି।

ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି, ଆଜି ଆମ ଯୁବପିଢି ଯେଉଁ ସୌଭାଗ୍ୟ ପାଇଛନ୍ତି ତାହା କଷ୍ଟସାଧ୍ୟ। ଆମେ ଏହାକୁ ହରାଇବା ଉଚିତ୍ ନୁହେଁ। ଆଗାମୀ ସମୟ ଦେଶ ଟେକ୍ନୋଲୋଜି ଦ୍ୱାରା ପ୍ରଭାବିତ ହେବାକୁ ଯାଉଛି। ଆମର ଛୋଟ ସହରଗୁଡିକ ଜନସଂଖ୍ୟାରେ କମ୍ ହୋଇପାରନ୍ତି, କିନ୍ତୁ ସେମାନଙ୍କ ସାମର୍ଥ୍ୟ ଅନ୍ୟମାନଙ୍କଠାରୁ କିଛି କମ୍ ନୁହେଁ। ଦେଶରେ କୌଣସି ସୁଯୋଗର ଅଭାବ ନାହିଁ। ଆପଣ ଯେତେ ସୁଯୋଗ ଚାହିଁବେ ଏହି ଦେଶ ସେତେ ସୁଯୋଗ ଦେବାର ସାମର୍ଥ୍ୟ ରଖିଛି।

ସେପଟେ ଲାଲକିଲାରେ ସମଗ୍ର ବିଶ୍ୱରୁ ୧୮ଶହ ସ୍ୱତନ୍ତ୍ର ଅତିଥିଙ୍କୁ ନିମନ୍ତ୍ରଣ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସ୍ୱାଧୀନତା ଦିବସ ପାଇଁ ରାଜଧାନୀ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଲାଲକିଲା ଆଖପାଖରେ ୧୦ହଜାରରୁ ଅଧିକ ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.