Below header

ତିନି ଦିନିଆ ଭାରତ ଗସ୍ତରେ ଶ୍ରୀଲଙ୍କାର ନବ ନିର୍ବାଚିତ ରାଷ୍ଟ୍ରପତି ଗୋତବାୟା ରାଜପକ୍ଷେ, ଏସ୍‌. ଜୟଶଙ୍କରଙ୍କୁ ଭେଟି କଲେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା

ନୂଆଦିଲ୍ଲୀ: ତିନି ଦିନିଆ ଭାରତ ଗସ୍ତରେ ଆସିଛନ୍ତି ଶ୍ରୀଲଙ୍କାର ନବ ନିର୍ବାଚିତ ରାଷ୍ଟ୍ରପତି ଗୋତବାୟା ରାଜପକ୍ଷେ । ରାଷ୍ଟ୍ରପତିଙ୍କୁ ରାଷ୍ଟ୍ରପତି ଭବନରେ ସ୍ୱାଗତ କରାଯାଇଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ୱାଗତ କରିଛନ୍ତି । ହାଇଦ୍ରାବାଦ ହାଉସ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି ଶ୍ରୀଲଙ୍କା ରାଷ୍ଟ୍ରପତି । ଏହା ପୂର୍ବରୁ ଶ୍ରୀଲଙ୍କା ରାଷ୍ଟ୍ରପତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ଭେଟିଛନ୍ତି । ଦୁଇ ନେତାଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି । ଏହା ପରେ ଶ୍ରୀଲଙ୍କା ରାଜଘାଟ ଯାଇ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ରାଷ୍ଟ୍ରପତି ଗୋତବାୟା ରାଜପକ୍ଷେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.