ଦେଶ ବିଦେଶ

କେରଳ କୋଚି ବିଶ୍ୱବିଦ୍ୟାଳୟରେ ଦଳାଚକଟା: ୪ ମୃତ, ମୃ୍ତ୍ୟୁ ସଂଖ୍ୟା ବଢ଼ିବା ଆଶଙ୍କା

ନୂଆଦିଲ୍ଲୀ: କେରଳର କୋଚିରେ ବଡ଼ ଧରଣର ଅଘଟଣ ଘଟିଛି। ଶନିବାର ସନ୍ଧ୍ୟାରେ କୋଚି ବିଶ୍ୱବିଦ୍ୟାଳୟ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା (CUSAT) ରେ ସଂଗୀତ ଉତ୍ସବରେ ଭୟଙ୍କର ଦଳାଚକଟା ହୋଇଥିଲା। ​​ଯେଉଁଥିରେ ୪ ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ଅନେକ ପିଲାଙ୍କ ଅବସ୍ଥା ବର୍ତ୍ତମାନ ଗୁରୁତର ରହିଥିବା ନେଇ ସୂଚନା ରହିଛି। ତେଣୁ ଆଗକୁ ମୃତ୍ୟୁ ସଂଖ୍ୟା ଆହୁରି ବଢିବାର ଆଶଙ୍କା ରହିଛି ।

ସୂଚନା ଅନୁସାରେ ନିକିତା ଗାନ୍ଧୀଙ୍କ ଲାଇଭ୍ କନସର୍ଟ ବେଳେ ଛାତ୍ରଛାତ୍ରୀଙ୍କ ସହ ୨ ହଜାରରୁ ଅଧିକ ଲୋକଙ୍କ ଭିଡ଼ ହୋଇଥିଲା । ଏତିକି ବେଳେ ପ୍ରବଳ ବର୍ଷା ହେବାରୁ ଛାତ୍ରଛାତ୍ରୀମାନେ ଏଣେତେଣେ ଦୌଡିଥିଲେ ।  ଫଳରେ ଦଳାଚକଟା ପରିସ୍ଥିତି ସୃଷ୍ଟି ହୋଇଥିଲା । ଏଥିରେ  ୬୦ରୁ ଅଧିକ ଛାତ୍ର ଆହତ ହୋଇଥିବା ବେଳେ ଦୁଇଜଣଙ୍କ ଅବସ୍ଥା ଗୁରୁତର ରହିଛି, ଏହା ବ୍ୟତୀତ କିଛି ଆହତ ଛାତ୍ରଛାତ୍ରୀଙ୍କୁ ଏକ ଘରୋଇ ଡାକ୍ତରଖାନାକୁ ନିଆଯାଉଛି। ଘଟଣାସ୍ଥଳକୁ ଉଚ୍ଚପଦସ୍ଥ ଅଧିକାରୀ ଓ ଆମ୍ବୁଲାନ୍ସ ପହଂଚିଥିଲା । ଆହତଙ୍କୁ ତୁରନ୍ତ ସ୍ଥାନୀୟ ହସ୍ପିଟାଲରେ ଭର୍ତି କରାଯାଇଛି । କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନଙ୍କ ନିର୍ଦ୍ଦେଶରେ ଦୁଇ ଜଣ ମନ୍ତ୍ରୀଙ୍କ ଘଟଣା ସ୍ଥଳରେ ପହଁଚି ସ୍ଥିତି ଅନୁଧ୍ୟାନ କରିଛନ୍ତି । ତେବେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ସମସ୍ତ ପ୍ରକାରର ସହାୟତା ଯୋଗାଇ ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।

 

 

Barsha

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

25 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

1 hour ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

2 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago