ତିରୁପତିର ପ୍ରଭୁ ଭେଙ୍କଟେଶ୍ୱରଙ୍କ ମନ୍ଦିର ବାହାରେ ଦଳାଚକଟା, ୬ ମୃତ
ତିରୁପତିର ପ୍ରଭୁ ଭେଙ୍କଟେଶ୍ୱରଙ୍କ ମନ୍ଦିର ବାହାରେ ଦଳାଚକଟା। ଯେଉଁଥିରେ ୬ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସମସ୍ତଙ୍କୁ ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । ଯାହା ସୂଚନା ରହିଛି, ଦର୍ଶନ ଟୋକନ ସଂଗ୍ରହ ବେଳେ ଏହି ଦଳାଚକଟା ହୋଇଛି। ଆନ୍ଧ୍ରପ୍ରଦେଶର ପ୍ରସିଦ୍ଧ ତିରୁପତିସ୍ଥିତ ପ୍ରଭୁ ଭେଙ୍କଟେଶ୍ୱର ବାଲାଜୀଙ୍କ ମନ୍ଦିର ବାହାରେ ଦଳାଚକଟା ହୋଇଛି । ବୈକୁଣ୍ଠ ଦ୍ୱାର ଦର୍ଶନ ପାଇଁ ଟୋକନ୍ ବଣ୍ଟନ ସମୟରେ ଉପସ୍ଥିତ ହଜାର ହଜାର ଶ୍ରଦ୍ଧାଳୁଙ୍କ ମଧ୍ୟରେ ଦଳାଚକଟା ସ୍ଥିତି ଉପୁଜିଥିଲା ।