ଜମ୍ମୁ-କଶ୍ମୀର ଯିବାକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମନବୀଙ୍କୁ ମିଳିଲା ଅନୁମତି

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଜ୍ୟସଭାର ବିରୋଧୀ ଦଳ ନେତା ଗୁଲାମନବୀ ଆଜାଦଙ୍କୁ ଜାମ୍ମୁ-କଶ୍ମୀର ଯିବା ପାଇଁ ଅନୁମତି ମିଳିଛି। ପିଟିସନ୍‌ର ଶୁଣାଣି ବେଳେ କୋର୍ଟରେ ଗୁଲାମନବୀ ଆଜାଦ କହିଥିଲେ ଯେ, ମୁଁ ପୂର୍ବତନ ମୁଖ୍ୟମନ୍ତ୍ରୀ। ଏଭଳି ଉତ୍ତରରେ ସୁପ୍ରିମ୍‌କୋର୍ଟର ପ୍ରଧାନବିଚାରପତି ରଞ୍ଜନ ଗୋଗୋଇ କହିଥିଲେ ଯେ ମୁଁ, ଆପଣଙ୍କୁ ଜାଣେ।

ଏହାସହ ପଢ଼ନ୍ତୁ: କଶ୍ମୀର ଯିବେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଗୋଗୋଇ, ଜାଣନ୍ତୁ ଗସ୍ତର କାରଣ

କୋର୍ଟଙ୍କୁ ଗୁଲାମନବୀ କହିଥିଲେ ଯେ, ସେ ନିଜ ରାଜ୍ୟକୁ ଯିବାକୁ ଚାହୁଁଛନ୍ତି। ପୂର୍ବରୁ ଦୁଇଥର ଶ୍ରୀନଗର ଓ ଥରେ ଜମ୍ମୁ ଯିବାକୁ ସେ ଚେଷ୍ଟା ମଧ୍ୟ କରିଥିଲେ। କିନ୍ତୁ ତାଙ୍କୁ ଅନୁମତି ମିଳିନଥିଲା। ଏଣୁ କୋର୍ଟ ତାଙ୍କୁ ଅନୁମତି ଦେବାକୁ ସେ ଅନୁରୋଧ କରିଥିଲେ। ଏଥିସହ ସେ କୌଣସି ରାଜନୈତିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ନାହିଁ ବୋଲି ମଧ୍ୟ କୋର୍ଟଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ସେ ବାରାମୁଲା, ଅନନ୍ତନାଗ, ଶ୍ରୀନଗର ଓ ଜମ୍ମୁ କଶ୍ମୀର ଗସ୍ତ କରି ସେଠାକାର ଲୋକଙ୍କ ସହ କଥା ହେବାକୁ ଚାହୁଁଛନ୍ତି ବୋଲି କହିଛନ୍ତି। ଜମ୍ମୁ-କଶ୍ମୀର ଯିବାକୁ ଅନୁମତି ପାଇବା ପରେ ଗୁଲାମନବୀ ଏକ ସାମ୍ବାଦିକ ସମ୍ମିଳନୀରେ ସୁପ୍ରିମ୍‌କୋର୍ଟଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ସେ କୌଣସି ଦଳୀୟ ର‍୍ୟାଲି କରିବେନି ବୋଲି ମଧ୍ୟ କହିଛନ୍ତି।

WCW 11

Recent Posts

ପୁରୀ ବାଣ ବିସ୍ଫୋରଣ ଦୁର୍ଘଟଣା, ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି

ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା । ଆଉ ୨ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ…

24 mins ago

ତିହାର ଜେଲରେ ପହଞ୍ଚିଲେ କେଜ୍ରିଓ୍ଵାଲ, ଯିବା ପୂର୍ବରୁ କହିଲେ… ଆପଣ ଖୁସିରେ ରହିଲେ ମୁଁ ଖୁସିରେ ରହିବି

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପର ସଂଯୋଜକ ଅରବିନ୍ଦ କେଜ୍ରିଓ୍ଵାଲ ତିହାର ଜେଲରେ ସରେଣ୍ଡର କରିଛନ୍ତି । ସୁପ୍ରିମ କୋର୍ଟ ତାଙ୍କୁ…

1 hour ago

ନିର୍ଵାଚନ ପରବର୍ତ୍ତୀ ହିଂସା, ଦୁଇ ପରିବାରରୁ ୭ ଆହତ

ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଠାକୁରପାଟଣା ଗାଁରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ଦୁଇ ପରିବାର…

1 hour ago

ଟାୱାର ଖୁଣ୍ଟରୁ ଡେଇଁ ଜୀବନ ହାରିଲେ ଯୁବକ, ମୃତ୍ୟୁର କାରଣ ଅସ୍ପଷ୍ଟ

ନୂଆଗଡ : ଯୁବକ ଜଣକ ନୂଆଗଡ ଗାଁର କୈଳାଶ ସୁବୁଦ୍ଧିଙ୍କ ପୁଅ ନାରାୟଣ ସୁବୁଦ୍ଧି ବୋଲି ଜଣାପଡିଛି । ମୃତ୍ୟୁର…

1 hour ago

ବିବାହ ବନ୍ଧନରେ ଆବଦ୍ଧ ହେଲେ ଭେଙ୍କଟେଶ ଆୟର, ଶ୍ରୁତି ରଘୁନାଥନଙ୍କ ଧରିଲେ ହାତ

ଭାରତୀୟ ଟିମ୍‌ର ଖେଳାଳି ତଥା କୋଲକାତା ନାଇଟ୍ ରାଇଡର୍ସ(KKR)ର ଷ୍ଟାର୍ ଅଲରାଉଣ୍ଡର ଭେଙ୍କଟେଶ ଆୟର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି…

1 hour ago

ଗରମରୁ ଏଭଳି ବଞ୍ଚାନ୍ତୁ ନିଜ ଫୋନ, ନଚେତ ହୋଇପାରେ ଅନେକ ସମସ୍ୟା

ଗ୍ରୀଷ୍ମ ଋତୁ ଆସିବା ସହିତ ଇଲେକ୍ଟ୍ରୋନିକ୍ ଡିଭାଇସରେ ଅଗ୍ନି ଏବଂ ବିସ୍ଫୋରଣ ଘଟଣା ମଧ୍ୟ ବଢ଼ିବାରେ ଲାଗିଛି । ଶୀତ…

2 hours ago