ସୁପ୍ରିମକୋର୍ଟରେ ଜାମିଆ ହିଂସା ମାମଲା, ତୁରନ୍ତ ବିକ୍ଷୋଭ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲେ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଜାମିଆ ହିଂସା ମାମଲା । କୋର୍ଟ ଘଟଣାକୁ ଗୁରୁତର ସହ ନେଇଛନ୍ତି । ହିଂସାକୁ କୌଣସି ମତେ ବରଦାସ୍ତ କରାଯିବ ନାହିଁ । ତୁରନ୍ତ ହିଂସା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତ ପ୍ରଧାନ ବିଚାରପତି ଜଷ୍ଟିସ୍ ବୋବଡେ । ସାର୍ବଜନୀନ ସମ୍ପତ୍ତିକୁ କ୍ଷତି ଘଟାଇବା ଅନୁଚିତ ବୋଲି ପ୍ରଧାନ ବିଚାରପତି କହିଛନ୍ତି । ଆସନ୍ତାକାଲି ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

ସେପଟେ ପୋଲିସ ପକ୍ଷରୁ ମଧ୍ୟ ଦୁଇଟି ମାମଲା ରୁଜୁ କରାଯାଇଛି । ଗତକାଲି ଜାମିଆ ମିଲିଆ ୟୁନିଭର୍ସିଟି ପାଖ ଫ୍ରେଣ୍ଡସ କଲୋନୀ ଆଗରେ ତିନିଟି ବସ୍ ଓ କିଛି ଦୁଇ ଚକିଆ ଗାଡି ଜାଳିଦେଇଥିଲେ । ନିଆଁ ଲଗାଇବା ପରେ ଦିଲ୍ଲୀରେ ଦେଖିବାକୁ ମିଳିଥିଲା ତୁମୁଳକାଣ୍ଡ । ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ବିକ୍ଷୋଭ କରିଥିଲେ । ଅଟକ ଛାତ୍ରଛାତ୍ରୀଙ୍କୁ ଛାଡିବା ପରେ ଆନ୍ଦୋଳନ ହଟିଥିଲା । ହେଲେ ଆଜି ପୁଣି ଜାମିଆ ୟୁନିଭର୍ସିଟି ବାହାରେ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି । ଗେଟ୍ ବାହାରେ ଛାତ୍ରମାନେ ବିକ୍ଷୋଭ କରୁଛନ୍ତି । ଘଟଣା ପରେ ଆସନ୍ତା ୫ ତରିଖ ପର୍ଯ୍ୟନ୍ତ ଜାମିଆ ମିଲିଆ ୟୁନିଭରସିଟି ବନ୍ଦ ରଖାଯାଇଛି । ଆନ୍ଦୋଳନକୁ ଦୃଷ୍ଟିରେ ରଖି ଜାମିଆ ଅଞ୍ଚଳରେ ଆଜି ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି । କିଛି ସ୍ଥାନରେ ଇଣ୍ଟରନେଟ୍ ସେବା ବନ୍ଦ ରହିଛି ।

KNews Bureau

Recent Posts

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

24 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

35 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

48 mins ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

51 mins ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

1 hour ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

2 hours ago