ବାୟୁ ପ୍ରଦୂଷଣକୁ ନେଇ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା, ତୁରନ୍ତ ପାଳ ଜାଳିବା ବନ୍ଦ କରିବାକୁ ପଞ୍ଜାବ ସରକାରଙ୍କୁ ନିର୍ଦ୍ଦେଶ

ପଡ଼ୋଶୀ ରାଜ୍ୟ ପଞ୍ଜାବ ଓ ହରିଆଣାରେ ନଡ଼ା ପୋଡ଼ିବା ଯୋଗୁ ଦିଲ୍ଲୀରେ ଅସ୍ୱଭାବିକ ଭାବେ ପ୍ରଦୂଷଣ ବଢ଼ୁଥିବା କୋର୍ଟ କହିଛନ୍ତି । ତୁରନ୍ତ ପାଳ ଜାଳିବା ବନ୍ଦ କରିବାକୁ ପଞ୍ଜାବ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମାମଲାର ଶୁଣାଣି କରି ପଞ୍ଜାବ ସରକାରଙ୍କୁ ଭର୍ତ୍ସନା କରିଛନ୍ତି ସୁପ୍ରିମକୋର୍ଟଙ୍କ ୩ ଜଣିଆ ଖଣ୍ଡପୀଠ ।

ଦିଲ୍ଲୀ-ଏନସିଆରରେ ବାୟୁ ପ୍ରଦୂଷଣକୁ ନେଇ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା । କଡ଼ା ଟିପ୍ପଣୀ କରି ସୁପ୍ରିମକୋର୍ଟ କହିଛନ୍ତି ରାଜ୍ୟ ସରକାର ଶକ୍ତ ପ୍ରଦକ୍ଷେପ ନିଅନ୍ତୁ । ଆମେ ଜାଣିନୁ କେମିତି ରୋକିବେ, କିନ୍ତୁ ତୁରନ୍ତ ବନ୍ଦ କରନ୍ତୁ । ମାମଲାର ଶୁଣାଣି କରି ପଞ୍ଜାବ ସରକାରଙ୍କୁ ଭର୍ତ୍ସନା କରିଛନ୍ତି ସୁପ୍ରିମକୋର୍ଟଙ୍କ ୩ ଜଣିଆ ଖଣ୍ଡପୀଠ । ତୁରନ୍ତ ପାଳ ଜାଳିବା ବନ୍ଦ କରିବାକୁ ପଞ୍ଜାବ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ପଡ଼ୋଶୀ ରାଜ୍ୟ ପଞ୍ଜାବ ଓ ହରିଆଣାରେ ନଡ଼ା ପୋଡ଼ିବା ଯୋଗୁ ଦିଲ୍ଲୀରେ ଅସ୍ୱଭାବିକ ଭାବେ ପ୍ରଦୂଷଣ ବଢ଼ୁଥିବା କୋର୍ଟ କହିଛନ୍ତି । ଦିଲ୍ଲୀରେ ଅଡ୍-ଇଭିନ୍ କେବଳ ଲୋକ ଦେଖାଣିଆ । ୪ ଦିନ ଧରି ୪ ଶହ ତଳକୁ ଖସୁନି ଏୟାର କ୍ୱାଲିଟି ଇଣ୍ଡେକ୍ସ ।

ଦେଶର ରାଜଧାନୀ ଦିଲ୍ଲୀରେ ନିଶ୍ୱାସ ନେବା ବହୁତ କଷ୍ଟକର ହୋଇପଡିଛି । ବାୟୁ ପ୍ରଦୂଷଣ ଯୋଗୁଁ ଲୋକେ ଘରୁ ବାହାରିବାକୁ ଭୟ କରୁଛନ୍ତି । କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଅନୁସାରେ ଦିଲ୍ଲୀରେ ବାୟୁର ଗୁଣବତ୍ତା ଗମ୍ଭୀର ସ୍ଥିତିରେ ରହିଛି । ଆନନ୍ଦ ବିହାରରେ ଏକ୍ୟୁଆଇ ୪୩୨, ଆକେ ପୁରମରେ ୪୩୭, ପଞ୍ଜାବୀ ବାଗରେ ୪୩୯ ଏକ୍ୟୁଆଇ ରହିଛି ।

ସୂଚନାଯୋଗ୍ୟ, ଦିଲ୍ଲୀରେ ଆବଶ୍ୟକ ସେବା ଯୋଗାଉଥିବା ଟ୍ରକ, ସିଏନଜି, ଇଲେକ୍ଟ୍ରି ଗାଡି ଛଡା ସମସ୍ତ ଟ୍ରକ ପ୍ରବେଶ ଉପରେ ପ୍ରତିବନ୍ଧକ ଲାଗିଛି । ଦିଲ୍ଲୀରେ ନିର୍ମାଣ କାର୍ଯ୍ୟ ସଂପୂର୍ଣ୍ଣ ଭାବେ ବନ୍ଦ ରହିବ ।

ଏହାପୂର୍ବରୁ ସରକାର ସ୍କୁଲଗୁଡିକୁ ୧୦ ତାରିଖ ପର୍ଯ୍ୟନ୍ତ ବନ୍ଦ କରିଛନ୍ତି । ସେହିପରି କ୍ଲାସ ୬ରୁ କ୍ଲାସ ୯ମ ଏବଂ ୧୧ ପର୍ଯ୍ୟନ୍ତ ଅନଲାଇନ କ୍ଲାସ୍‌ ଚାଲିବ । କେବଳ ୧୦ମ ଏବଂ ୧୨ଶ ପିଲାଙ୍କ ପାଇଁ ସ୍କୁଲ ଖୋଲା ରହିବ । ୨୦୧୬ରେ ପ୍ରଥମ ଥର ପାଇଁ ବାୟୁ ପ୍ରଦୂଷଣ ଯୋଗୁଁ ଦିଲ୍ଲୀରେ ଅଡ ଇଭିନ୍ ନମ୍ବର ଲାଗୁ ହୋଇଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.