ଦେଶ ବିଦେଶ

ମଣିପୁରରେ ଲଜ୍ଜା: କ୍ରୋଧ ନିଆଁରେ ଜଳୁଛି ସାରା ଦେଶ; ସୁପ୍ରିମ୍‌କୋର୍ଟ କହିଲେ, ‘ସରକାର ନ ନେଲେ ଆମେ ନେବୁ କାର୍ଯ୍ୟାନୁଷ୍ଠାନ’

ମଣିପୁର ଘଟଣାରେ ସୁପ୍ରିମ୍‌କୋର୍ଟ ଗଭୀର କ୍ଷୋଭ ପ୍ରକାଶ କରିଛନ୍ତି। ରାଜ୍ୟରେ ଏକ ସମ୍ପ୍ରଦାୟର ୨ ଜଣ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଇବା ଘଟଣାକୁ ନେଇ ସାରା ଦେଶରେ କ୍ରୋଧର ନିଆଁ ଜଳୁଛି। ଏହାରି ଭିତରେ ସୁପ୍ରିମ୍‌କୋର୍ଟ ସ୍ୱତଃ ପ୍ରବୃତ୍ତ ଭାବରେ ଘଟଣାକୁ ଅବଗତକୁ ନେଇଛନ୍ତି।

ସୁପ୍ରିମକୋର୍ଟ କହିଛନ୍ତି ଯେ ମଣିପୁରରେ ଦୁଇ ମହିଳାଙ୍କୁ ଉଲଗ୍ନ କରି ବୁଲାଇବା ଭିଡିଓ ଗତକାଲି ସାମ୍ନାକୁ ଆସିଥିଲା, ଯାହାକୁ ନେଇ କୋର୍ଟ ବାସ୍ତବରେ ଚିନ୍ତିତ ଅଛନ୍ତି। ଦେଶର ପ୍ରଧାନ ବିଚାରପତି ଡିଓ୍ଵାଇ ଚନ୍ଦ୍ରଚୂଡ଼ ସରକାରଙ୍କୁ ଏହି ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କହିଛନ୍ତି।

ଏହା ବ୍ୟତୀତ ପ୍ରଧାନ ବିଚାରପତି କହିଛନ୍ତି ଯେ ଏଭଳି ଘଟଣାକୁ ଆଦୌ ଗ୍ରହଣ କରାଯାଇପାରିବ ନାହିଁ। ଏହା ସାମ୍ବିଧାନିକ ଅଧିକାରର ଉଲ୍ଲଂଘନ, ଯଦି ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବେ, ତେବେ ଆମେ କରିବୁ।

ସୁପ୍ରିମକୋର୍ଟ ଏହି ମାମଲାରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇ ରାଜ୍ୟ ସରକାରଙ୍କଠାରୁ ରିପୋର୍ଟ ମାଗିଛନ୍ତି। ଆସନ୍ତା ସପ୍ତାହ ଶୁକ୍ରବାର ଏହି ମାମଲାର ଶୁଣାଣି ହେବ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏହି ମାମଲାକୁ ନେଇ ସିଜେଆଇ ଚନ୍ଦ୍ରଚୂଡ଼ କହିଛନ୍ତି, ‘ଏହି ଫଟୋଗୁଡ଼ିକରୁ ଆମକୁ ଶକ୍ତ ଧକ୍କା ଲାଗିଛି। ହିଂସା ପ୍ରଭାବିତ ଅଞ୍ଚଳରେ ମହିଳାଙ୍କୁ ସାମଗ୍ରୀ ଭାବରେ ବ୍ୟବହାର କରାଯାଇଛି। ଏଥିପାଇଁ ଯେଉଁମାନେ ଦାୟୀ, ସେମାନଙ୍କ ବିରୋଧରେ କ’ଣ ପଦକ୍ଷେପ ନିଆଯାଇଛି, ତାହା ଆମକୁ କୁହାଯାଉ’।

Roshni

Recent Posts

ଭୁବନେଶ୍ବରରେ ଆଜି ପୁଣି ଥରେ ବଢିଲା ପେଟ୍ରୋଲ-ଡିଜେଲ ରେଟ୍, ଚେକ୍ କରନ୍ତୁ ନୂଆ ଦର

ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୬ ପଇସା ରହିଛି । ଡିଜେଲ ଦର ୯୨ ଟଙ୍କା ୬୪ ପଇସା…

5 mins ago

ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପରେ ଆସିଛି ବୁଥ ବାହୁଡ଼ା ମତ, ଲଗାତାର ତୃତୀୟ ଥର ପାଇଁ ହେଇପାରନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ ମୋଦି । ଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ…

12 mins ago

ସୁନା ଦର ହେଉଛି ଆକାଶ ଛୁଆଁ , ଜାଣନ୍ତୁ ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ ସୁନାର ଦାମ୍

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

27 mins ago

କରମଣ୍ଡଳ ରେଳ ଦୁର୍ଘଟଣା: ମନେପଡିଲେ ଥରି ଉଠୁଛି ଛାତି, ଟାଙ୍କୁରି ଯାଉଛି ଲୋମ

ବାଲେଶ୍ଵର (କେନ୍ୟୁଜ): ବାଲେଶ୍ଵର ବାହାନଗା ରେଳ ଦୁର୍ଘଟଣାକୁ ଆଜି ପୁରିଛି ବର୍ଷେ । ୨୦୨୩  ଜୁନ୍ ୨ ଶୁକ୍ରବାର, ସମୟ…

47 mins ago

ସରିଲା ୪ର୍ଥ ପର୍ଯ୍ୟାୟ ନିର୍ବାଚନ, ରାଜ୍ୟରେ ମତଦାନ ହାର ୭୦.୬୭% ରହିଛି

ଭୁବନେଶ୍ୱର (କେନ୍ୟୁଜ): ଷ୍ଟ୍ରଙ୍ଗ ରୁମରେ ଇଭିଏମ୍ । ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଇଭିଏମରେ ସିଲ ହୋଇଛି…

1 hour ago

ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି, ଆଜି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ପଶ୍ଚିମ ଓଡ଼ିଶା । ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି ।  ପଶ୍ଚିମ ଓଡ଼ିଶାରେ…

1 hour ago