ଦେଶ ବିଦେଶ

ଗିରଫ ହେବା ପରେ କାନ୍ଦି କାନ୍ଦି ଗଡିଗଲେ ଶକ୍ତି ମନ୍ତ୍ରୀ, ଇଡି ଗିରଫ କରିବା ପରେ କରିଥିଲେ ହାଇଡ୍ରାମା

ମନି ଲଣ୍ଡରିଂ ମାମଲାରେ ତାମିଲନାଡ଼ୁର ଶକ୍ତି ମନ୍ତ୍ରୀ ଭି. ସେନଥିଲ୍‌ ବାଲାଜୀଙ୍କୁ ଗିରଫ କରିଛି ଇଡି। ଗିରଫ ହେବା ପରେ ଶକ୍ତିମନ୍ତ୍ରୀଙ୍କର ହାଇଡ୍ରାମା ଦେଖିବାକୁ ମିଳିଛି । କ୍ୟାସ୍‌ ଫର ଜବ୍‌ ସ୍କାମରେ ମନ୍ତ୍ରୀଙ୍କୁ ଇଡି ଗିରଫ କରିବା ପରେ ହଠାତ୍‌ ଛାତି ଯନ୍ତ୍ରଣା ଅଭିଯୋଗ କରିବା ସହ ମନ୍ତ୍ରୀ ଗାଡ଼ିରେ କାନ୍ଦି କାନ୍ଦି ଗଡ଼ିଗଲେ। ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଖବର ମୁତାବକ, ଗତକାଲି ଇଡି ସେନଥିଲ୍‌ ବାଲାଜୀଙ୍କ ବାସଭବନ ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା। ସେହି ସମୟରେ ମନ୍ତ୍ରୀ ନିଜ ବାସଭବନରେ ଉପସ୍ଥିତ ଥିଲେ। ଅପରାହ୍ନରେ ଗିରଫଦାରୀ ହେବା ନେଇ ମନ୍ତ୍ରୀ ଆଭାସ ପାଇବା ପରେ ଛାତି ଯନ୍ତ୍ରଣା ଅଭିଯୋଗ କରିଥିଲେ। ଏହାପରେ ତାଙ୍କୁ ଚେନ୍ନାଇର ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏଥିପାଇଁ ହସପିଟାଲରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

କାର ପଛ ସିଟରେ ବସିଥିବା ଶକ୍ତି ମନ୍ତ୍ରୀ ନିଜର ସମର୍ଥକଙ୍କୁ ଏକତ୍ରିତ ଦେଖି କାନ୍ଦିବାକୁ ଲାଗିଥିଲେ । ଏହାସହିତ ଡିଏମକେ ସାଂସଦ ଏବଂ ଅଭିବକ୍ତା ଏନଆର ଏଲଙ୍ଗୋ କହିଛନ୍ତି, ସେନଥିଲ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି । ଡାକ୍ତର ତାଙ୍କର ଯାଞ୍ଚ କରୁଛନ୍ତି । ଆଇସିୟୁରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ଡାକ୍ତରୀ ଟିମ୍‌ ତାଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖିଛନ୍ତି। ସେଠାରେ ରାପିଡ ଆକ୍ସନ ଫୋର୍ସଙ୍କୁ ମତୟନ କରାଯାଇଛି।

ତାମିଲନାଡୁ ସ୍ବାସ୍ଥ୍ରମନ୍ତ୍ରୀ ଏମ ସୁବ୍ରମଣ୍ୟମ ଏବଂ ଖେଳ ମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଶକ୍ତିମନ୍ତ୍ରୀ ଦେଖିବାକୁ ପାଇଁ ହସପିଟାଲରେ ପହଞ୍ଚିଛନ୍ତି ।

ପୂର୍ବରୁ ଏଆଇଡିଏମ୍‌କେ ଥିବା ବାଲାଜୀ ୨୦୧୧ରୁ ୨୦୧୫ ମଧ୍ୟରେ ବାଲାଜୀ ପରିବହନ ମନ୍ତ୍ରୀ ଥିଲେ। ସେତେବେଳେ ତାଙ୍କ ନାଁରେ ଦୁର୍ନୀତି କରିଥିବା ନେଇ ଅଭିଯୋଗ ହୋଇଥିଲା।

Swagatika

Recent Posts

ସାଇକେଲ ବ୍ୟବହାର କରିବା ପାଇଁ ସମସ୍ତଙ୍କୁ ଅପିଲ୍‌ କଲେ ବିଧାୟକ ସିନ୍ଧାନ୍ତ ମହାପାତ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…

5 mins ago

ବିହାର: ପାଟନା ବିମାନବନ୍ଦରକୁ ମିଳିଲା ବୋମା ବିସ୍ଫୋରଣ ଧମକ, ଏୟାରପୋର୍ଟରେ ଥରିଲେ ଯାତ୍ରୀ

ବିହାରର ପାଟନା ଏୟାରପୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ମିଳିଛି ଧମକ । ଏହି ଧମକ ଇ-ମେଲ୍‌ ମାଧ୍ୟମରେ ମିଳିଛି, ଯାହାକୁ…

24 mins ago

ଟି୨୦ ବିଶ୍ୱକପ ୨୦୨୪ : ପିଚ୍‌ ଏବଂ କୋହଲି, ଜାଡେଜାଙ୍କ ଫର୍ମକୁ ନେଇ ଚିନ୍ତାରେ ରୋହିତ

ଭାରତୀୟ ଟିମ୍‌ ଟି୨୦ ବିଶ୍ୱକପ ୨୦୨୪ ସୁପର-୮ ମ୍ୟାଚ ଖେଳିବାକୁ ୱେଷ୍ଟଇଣ୍ଡିଜରେ ପହଞ୍ଚିସାରିଛି । ଟିମ୍‌ ବ୍ରିଜଟାଉନରେ କଠିନ ଅଭ୍ୟାସ…

27 mins ago

ଓଜନ କମ୍‌ କରିବାକୁ ଚାହୁଁଛନ୍ତି କି ? ଡାଏଟ୍‌ ଓ ଏକ୍ସରସାଇଜ୍‌ରେ କରନ୍ତୁ ଏପରି ପରିବର୍ତ୍ତନ

ଆଜିକାଲି ଲୋକମାନେ ବଢୁଥିବା ଓଜନକୁ ନେଇ ଚିନ୍ତିତ ରହୁଛନ୍ତି । ଯଦି ଆପଣ ମଧ୍ୟ ଏକ୍ସରସାଇଜ୍‌ କରିବା ପରେ ମଧ୍ୟ…

34 mins ago

ଡ୍ରେନରେ ଭାସିଯାଇଥିବା ନାବାଳକ ଉଦ୍ଧାର, ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର

କେନ୍ୟୁଜ (ବ୍ୟୁରୋ) : ଭୁବନେଶ୍ୱର ଡ୍ରେନରେ ଭାସିଯାଇଥିବା ନାବାଳକ ଉଦ୍ଧାର । ଆଜି ୟୁନିଟ ୩ ମସଜିଦ କଲୋନୀ ନିକଟରେ…

36 mins ago

ଶୁଣିବା ଶକ୍ତି ହରାଇଲେ ପ୍ରସିଦ୍ଧ ବଲିଉଡ୍ ଗାୟିକା ଅଲକା ୟାଗନିକ୍, ପୋଷ୍ଟରେ କହିଲେ…

ଅଲକା ୟାଗନିକ୍ ଜଣେ ପ୍ରସିଦ୍ଧ ବଲିଉଡ୍ ଗାୟିକା । ସଙ୍ଗୀତ ଦୁନିଆରେ ତାଙ୍କୁ କିଏ ବା ନ ଜାଣେ ।…

1 hour ago