ମିଆଁମାର ଭୂକମ୍ପ : ୨୦ ମୃତ, ବ୍ୟାଂକକରେ ଏୟାରପୋର୍ଟ ବନ୍ଦ, ଥାଇଲାଣ୍ଡରେ ଏମରଜେନ୍ସୀ ଘୋଷଣା

ମିଆଁମାରରେ ଶକ୍ତିଶାଳୀ ଭୂକମ୍ପରେ ବଡ଼ ବଡ଼ କୋଠା ଭୁଶୁଡି ପଡିଛି । ଏପର୍ଯ୍ୟନ୍ତ ୨୦ ଜଣଙ୍କର ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି । ଆଗକୁ ଆହୁରି ଅଧିକ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ୪୩ ଜଣ ନିଖୋଜ ରହିଛନ୍ତି ।

ଭୂକମ୍ପ ଯୋଗୁଁ ଥାଇଲାଣ୍ଡରେ ଏମରଜେନ୍ସୀ ଘୋଷଣା କରାଯାଇଛି । ଏମରଜେନ୍ସୀ ଘୋଷଣା କଲେ ଥାଇଲାଣ୍ଡ ପ୍ରଧାନମନ୍ତ୍ରୀ । ବ୍ୟାଂକକର ଇଣ୍ଟରନ୍ୟାସନାଲ ଏୟାରପୋର୍ଟକୁ ୨ ଘଣ୍ଟା ପାଇଁ ବନ୍ଦ କରିଦିଆଯାଇଛି । ବ୍ୟାଂକକର ମେଟ୍ରୋ ସେବା ବାତିଲ ହୋଇଛି । କୋଠା ଭାଙ୍ଗିବା ଯୋଗୁଁ ଅନେକ ଦବିଥିବା ଆଶଙ୍କା କରାଯାଉଛି । ବ୍ରିଜ ମଧ୍ୟ ଭୁଶୁଡିଛି ।

ତେବେ ଭାଇରଲ ହେଉଥିବା ଫଟୋରେ କିଭଳି ବଡ଼ ବଡ଼ ଉଚ୍ଚ କୋଠା ଉପରେ ଥିବା ସୁଇମିଂ ପୁଲରୁ ପାଣି ପଡୁଥିବାର ନଜର ଆସିଛି । ସେହିଭଳି ପୋଲ ଭାଙ୍ଗିଯାଇଛି ।

ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମିଆଁମାର ଏବଂ ଥାଇଲ୍ୟାଣ୍ଡରେ ହୋଇଥିବା ଭୂମିକମ୍ପ ପରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ନେଇ ମୁଁ ଚିନ୍ତିତ । ସମସ୍ତଙ୍କ ସୁରକ୍ଷା ଏବଂ ସୁସ୍ଥତା ପାଇଁ ପ୍ରାର୍ଥନା କରୁଛି । ଭାରତ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିବାକୁ ପ୍ରସ୍ତୁତ ରହିଛି । ଦୁଇ ଦେଶର ସରକାରଙ୍କ ସହିତ କଥା ହେବା ପାଇଁ MEA କୁ କୁହାଯାଇଛି ।

Also Read : ଦୁଇ ଥର ଭୂକମ୍ପ ଝଟକାରେ ଥରିଲା ମିଆଁମାର, ତୀବ୍ରତା ୭.୭ ଏବଂ ୭.୨