ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା: ସମସ୍ତ ଦେଶବାସୀଙ୍କୁ ଟ୍ୱିଟ୍‌ କରି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଆଜି ପବିତ୍ର ରଥଯାତ୍ରା । ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ବଡ଼ଦାଣ୍ଡରେ ଝୁଲି ଝୁଲି ରଥ ଉପରକୁ ଆସିବେ ଚତୁର୍ଦ୍ଧାମୂର୍ତ୍ତି । ପବିତ୍ର ରଥଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ।

ନୂଆଦିଲ୍ଲୀ : ଆଜି ପବିତ୍ର ରଥଯାତ୍ରା । ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ବଡ଼ଦାଣ୍ଡରେ ଝୁଲି ଝୁଲି ରଥ ଉପରକୁ ଆସିବେ ଚତୁର୍ଦ୍ଧାମୂର୍ତ୍ତି । ପବିତ୍ର ରଥଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ।

ରଥଯାତ୍ରା ଅବସରରେ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେ ଟ୍ୱିଟ୍‌ କରି କହିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଉପଲକ୍ଷେ ମୁଁ ସମସ୍ତ ଦେଶବାସୀଙ୍କୁ, ବିଶେଷ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ଭକ୍ତି ଓ ସମର୍ପଣର ଏ ମହାପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣିଦେଉ। ଜୟ ଜଗନ୍ନାଥ !

ସେହିପରି ରଥଯାତ୍ରା ଅବସରରେ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ ଟ୍ୱିଟ୍‌ କରି କହିଛନ୍ତି, ସମସ୍ତଙ୍କୁ ରଥଯାତ୍ରାର ଶୁଭେଚ୍ଛା। ରଥଯାତ୍ରା ଆମ ସଂସ୍କୃତିରେ ଏକ ଗୁରୁତ୍ବବହନ କରିଛି। ପ୍ରଭୁ ଜଗନ୍ନାଥଙ୍କର ଦିବ୍ୟ ଯାତ୍ରା ଆମ ଜୀବନରେ ସ୍ୱାସ୍ଥ୍ୟ, ସୁଖ ଏବଂ ଆଧ୍ୟାତ୍ମିକ ସମୃଦ୍ଧରେ ପରିପୂର୍ଣ୍ଣ ହୋଇଯାଉ।

 

You might also like