ଦେଶ ବିଦେଶ

ଆଜି ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇପାରନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ଚିକିତ୍ସା କରୁଥିବା ଡାକ୍ତର ଦେଲେ ସୂଚନା

ଆଜି ଡିସ୍‌ଚାର୍ଜ ହୋଇପାରନ୍ତି ଟ୍ରମ୍ପ। କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଜି ମେଡିକାଲରୁ ଡିସ୍‌ଚାର୍ଜ ହୋଇପାରନ୍ତି। ଆଉ ମାତ୍ର ଦିନ କେଇଟା ପରେ ନିର୍ବାଚନ ଥିବାରୁ ଟ୍ରମ୍ପ କେବେ ସୁସ୍ଥ ହେବେ ତା’ ଉପରେ ଏବେ ସମସ୍ତଙ୍କ ନଜର। ଏହି ସମୟରେ ଆମେରିକାର ରାଷ୍ଟ୍ରପତିଙ୍କ ଚିକିତ୍ସା କରୁଥିବା ଡାକ୍ତର ଏହି ଖୁସି ଖବର ଦେଇଛନ୍ତି।

ଡାକ୍ତରୀ ଟିମ୍‌ କହିଛନ୍ତି ଶୁକ୍ରବାର ସକାଳ ସୁଦ୍ଧା ଟ୍ରମ୍ପଙ୍କୁ ଜ୍ୱର ନ ଥିଲା। ସେହିପରି ଦ୍ୱିତୀୟ ଥର ପାଇଁ ତାଙ୍କୁ ମେଡିସିନ୍‌ ଦିଆଯିବା ପରେ ତାଙ୍କ ଲିଭର ଓ କିଡନୀ ପୂର୍ବ ଭଳି ସ୍ୱାଭାବିକ୍‌ ଚାଲିଛି। ସେ ସୁସ୍ଥ ଥିବାରୁ ଆଜି ତାଙ୍କୁ ଡିସ୍‌ଚାର୍ଜ କରାଯାଇପାରେ।

ସୂଚନାଯୋଗ୍ୟ ଯେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କରୋନା ସଂକ୍ରମିତ ହେବା ପରେ ଚିକିତ୍ସା ପାଇଁ ତାଙ୍କୁ ଓ୍ଵାଶିଂଟନ୍‌ର ଓ୍ଵାଲ୍ଟର ରିଡ ଜାତୀୟ ଚିକିତ୍ସାକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଟ୍ରମ୍ପଙ୍କ ଚିକିତ୍ସା ପାଇଁ ପ୍ରାୟ ୭ ହଜାର ଷ୍ଟାଫ୍‌ ଓ ଦେଶର ବଡ଼ ବଡ଼ ଡାକ୍ତର ଲାଗିଥିଲେ।

WCW 11

Recent Posts

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

9 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

42 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

44 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

50 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

59 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

59 mins ago