ଦେଶ ବିଦେଶ

କାଲି ଇସ୍ରାଏଲ ଯିବେ ଆମେରିକା ରାଷ୍ଟ୍ରପତି, ଗାଜା ଉପରେ ଆକ୍ରମଣ କରିବା ଭୁଲ ହେବ ବୋଲି କହିଛନ୍ତି ବାଇଡେନ୍

ନୂଆଦିଲ୍ଲୀ : କାଲି ଇସ୍ରାଏଲ ଯିବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ । ଇସ୍ରାଏଲ-ହମାସ ଘମାଘୋଟ ଲଢେଇ ଭିତରେ ଯୁଦ୍ଧଭୂମି ଗସ୍ତ କରିବେ । ବୈଦେଶିକ ମନ୍ତ୍ରୀ ଆଣ୍ଟୋନୀ ବ୍ଲିଙ୍କେନ ଏନେଇ ସୂଚନା ଦେଇଛନ୍ତି । ଆସନ୍ତାକାଲି ବାଇଡେନ୍ ତେଲଅବିବ ଗସ୍ତ କରିବେ । ଇସ୍ରାଏଲ ସହ ଆମେରିକାର ଏକତାକୁ ନିଶ୍ଚିତ କରିବାକୁ ରାଷ୍ଟ୍ରପତି ବାଇଡେନ ତେଲ ଅଭିବ ଗସ୍ତ କରିବେ । ପୂର୍ବରୁ ଫୋନ୍ ଯୋଗେ ବାଇଡେନ ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ସହ ସେଠିକାର ସ୍ଥିତି ବିଷୟରେ ଆଲୋଚନା କରିଛନ୍ତି । ଗାଜା ଉପରେ ଆକ୍ରମଣ କରିବା ଭୁଲ ହେବ ବୋଲି ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କୁ କହିଛନ୍ତି ବାଇଡେନ୍ ।

ଏପଟେ ଇସ୍ରାଏଲ-ହମାସ ଯୁଦ୍ଧ ଭିତରେ ଗାଜାରେ ଭୟଙ୍କର ପରିସ୍ଥିତି ଦେଖିବାକୁ ମିଳିଛି । ଧ୍ୱଂସ ସ୍ତୁପରେ ପରିଣତ ହୋଇଛି ଗାଜା ସହର । ହଜାର ହଜାର ସଂଖ୍ୟାରେ ପାଲେଷ୍ଟାଇନ୍ ନାଗରିକଙ୍କ ମୃତ୍ୟୁ ହୋଇଛି । ଏବେ ଇସ୍ରାଏଲ ସେନାର ଚେତାବନୀ ଭିତରେ ଉତର ଗାଜା ଛାଡି ଦକ୍ଷିଣ ଗାଜାକୁ ଚାଲିଯିବାକୁ ବାଧ୍ୟ ହେଉଛନ୍ତି ଲୋକେ । ଅତିଆବଶ୍ୟକୀୟ ସାମଗ୍ରୀ ଧରି ପିଲାଛୁଆଙ୍କୁ ଧରି ପଳାଉଛନ୍ତି । ଉତର ଗାଜାରେ ଥିବା ଏବେ ବିଭିନ୍ନ ସ୍ଥାନରେ ଇସ୍ରାଏଲ ସେନା ସ୍ଥଳ ଅଭିଯାନ କରିବାକୁ ଯାଉଛି । ଫଳରେ ଦକ୍ଷିଣ ଇସ୍ରାଏଲ ଖାନ୍ ୟୁନିସ୍ ଓ ରଫାହ ଆଦି ସ୍ଥାନକୁ ଜୀବନ ବିକଳରେ ଚାଲିଯାଉଛନ୍ତି ଲୋକେ । ସେପଟେ ହମାସ ଇସ୍ରାଏଲ ଡିଫେନ୍ସ ଫୋର୍ସ ବା ଆଇଡିଏଫ୍ ସହ ଆହୁରି ଅଧିକ ଶକ୍ତି ସହ ମୁକାବିଲା କରିବାକୁ ଘୋଷଣା କରିଛି । ଇରାନ ଠାରୁ ସାମରୀକ ଶକ୍ତି ଆଣି, ଏବଂ ନିଜେ ଦୀର୍ଘ ଦିନ ଧରି ବମ୍, ରକେଟ୍ ପ୍ରସ୍ତୁତ କରି ଆଇଡିଏଫ୍ ବିରୋଧରେ ଲଢେଇ ଜାରି ରଖିବାକୁ ଆହ୍ୱାନ ଦେଇଛି ଆତଙ୍କୀ ସଙ୍ଗଠନ ହମାସ ।

 

 

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago