ଜମ୍ମୁ କାଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୩ ଆତଙ୍କବାଦୀ ସଫା

ଜମ୍ମୁ କାଶ୍ମୀର: ଜମ୍ମୁ କାଶ୍ମୀରରେ ଆଉ ୩ ଆତଙ୍କବାଦୀ ସଫା। ଅବନ୍ତିପୁରା ନାଗବୈରନ ତ୍ରାଲ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର । ଆତଙ୍କବାଦୀ ଲୁଚି ରହିଥିବା ଠୋସ୍‌ ସୂଚନା ମଳିବା ପରେ ସର୍ଚ୍ଚ ଅପରେସନ୍‌ ଆରମ୍ଭ କରିଥିଲେ ସୁରକ୍ଷାକର୍ମୀ । ସର୍ଚ୍ଚ ଅପରେସନ୍‌ ବେଳେ ଗୁଳି ବିନିମୟ ହୋଇଥିଲା। ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ।

ଏନକାଉଣ୍ଟର ସ୍ଥଳରୁ ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ ହୋଇଛି । ଗତକାଲି ମଧ୍ୟ ଅବନ୍ତୀପୋରାର ମାମ୍ବୋର ଅଞ୍ଚଳରେ ସୁରକ୍ଷା ବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଗୁରୁବାର ଦିନ ମଧ୍ୟ ରାଜୌରୀ ଜିଲ୍ଲାରେ ଆଉ ଏକ ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ସେନା ଯବାନ ସହିଦ ହୋଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.