ପୁଣି ଜମ୍ମୁକଶ୍ମୀରରେ ଏନ୍‌କାଉଣ୍ଟର: ସୁରକ୍ଷାକର୍ମୀଙ୍କ ଗୁଳିରେ ତିନି ଆତଙ୍କବାଦୀ ନିହତ

ଜମ୍ମୁକଶ୍ମୀର: ପୁଣି ଏନ୍‌କାଉଣ୍ଟର । ସୁରକ୍ଷାକର୍ମୀଙ୍କୁ ମିଳିଛି ସଫଳତା । ସୁରକ୍ଷାକର୍ମୀଙ୍କ ଗୁଳିରେ ନିହତ ହୋଇଛନ୍ତି ତିନି ଆତଙ୍କବାଦୀ । ଜମ୍ମୁକଶ୍ମୀର ସୋପିଆନ୍‌ ତୁରକାବନଗାମ୍‌ ଅଞ୍ଚଳରେ ଏନ୍‌କାଉଣ୍ଟର ବେଳେ ତିନି ଜଣ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଏହି ଅଞ୍ଚଳରେ ଆତଙ୍କବାଦୀ ଥିବା ନେଇ ସୁରକ୍ଷାକର୍ମୀମାନେ ବିଶେଷ ସୂତ୍ରରୁ ଖବର ପାଇ ସର୍ଚ୍ଚ ଅପରେସନ୍‌ କରିଥିଲେ।

ଏହି ସମୟରେ ହଠାତ୍ ଆତଙ୍କବାଦୀମାନେ ଗୁଳି ଚାଳନା କରିଥିଲେ। ଏହାପରେ ସୁରକ୍ଷାକର୍ମୀମାନେ ଏହାର ଉଚିତ୍ ଜବାବ ଦେଇଥିଲେ। ତେବେ ଏବେ ବି ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ୍‌ ଜାରି ରହିଛି । ଗତ ଦୁଇ ସପ୍ତାହ ମଧ୍ୟରେ ୧୭ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହେଲାଣି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.