ଜମ୍ମୁ କଶ୍ମୀର ଅନନ୍ତନାଗରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ

ଜମ୍ମୁ କଶ୍ମୀର: ଜମ୍ମୁ କଶ୍ମୀର ଅନନ୍ତନାଗରେ ଏନ୍‌କାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ । ଅନନ୍ତନାଗ ଖୁଲଚୋହରରେ ଆତଙ୍କବାଦୀ ଲୁଚି ରହିଥିବା ନେଇ ବିଷେଶ ସୂତ୍ରରୁ ସୂଚନା ମିଳିବା ପରେ ପୋଲିସ ଓ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସେଠାରେ ମିଳିତ ଭାବେ ସର୍ଚ୍ଚ ଅପରେସନ୍‌ ଆରମ୍ଭ ହୋଇଥିଲା ।

ଆତଙ୍କବାଦୀମାନେ ପ୍ରଥମେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିମାଡ କରିଥିଲେ । ଏହାପରେ ପୋଲିସର ପାଲଟା ଗୁଳି ଚଳାଇଥିଲା । ଯେଉଁଥିରେ ଟଳିପଡିଥିଲେ ୩ ଆତଙ୍କବାଦୀ। ତେବେ ଏଯାଏ ଆତଙ୍କବାଦୀଙ୍କ କୌଣସି ପରିଚୟ ମିଳିପାରିନଥିବାବେଳେ ସେମାନଙ୍କ ପାଖରୁ AK-47 ଓ ୨ଟି ପିସ୍ତଲ ଜବତ କରାଯାଇଛି । ପୋଲିସ ଓ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଏବେ ବି ସର୍ଚ୍ଚ ଅପରେସନ ଜାରି ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.