ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ

ନୂଆଦିଲ୍ଲୀ(କେନ୍ୟୁଜ୍): ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ । ବାଜପେୟୀଙ୍କ ସମାଧି ସ୍ଥଳରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମାଧି ସ୍ଥଳରେ ପହଞ୍ଚି ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ସେହିପରି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ଗୃହମନ୍ତ୍ରୀ ଅମିତ ଶାହ, କାର୍ଯ୍ୟକାରୀ ରାଷ୍ଟ୍ରୀୟ ଜେ.ପି ନଡ୍ଡା ପ୍ରମୁଖ ସମାଧି ସ୍ଥଳ ସଦୈବ ଅଟଳରେ ପହଞ୍ଚି ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

atalବାଜପେୟୀଙ୍କ ଝିଅ ନମିତା କୌଲ ଭଟ୍ଟାଚାର୍ଯ୍ୟ ଓ ନାତୁଣୀ ନିହାରିକା ମଧ୍ୟ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଦୀର୍ଘ ଦିନ ଧରି ଅସୁସ୍ଥ ରହିବା ପରେ ୧୬ ଅଗଷ୍ଟ ୨୦୧୮ରେ ବାଜପେୟୀଙ୍କର ଦେହାନ୍ତ ହୋଇଥିଲା । ୨୦୧୪ରେ ଦେଶର ସର୍ବୋଚ୍ଚ ସମ୍ମାନ ଭାରତ ରତ୍ନରେ ବାଜପେୟୀଙ୍କୁ ସମ୍ମାନିତ କରାଯାଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.