ଆଜି ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ, ଉତ୍ସବ ମୁଖର ସାରା ଦେଶ

ମନେ ପଡନ୍ତି ବାପୁ । ଆଜି ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ । ଏଥିପାଇଁ ଉତ୍ସବ ମୁଖର ସାରା ଦେଶ । ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜଘାଟ ଯାଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସେହିପରି ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ, କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ, ବାଚସ୍ପତି ଓମ୍‌ ବିର୍ଲା ପ୍ରମୁଖ ରାଜଘାଟ ଯାଇ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ଵିଟ୍‌ କରି ମଧ୍ୟ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.