ଦେଶରେ କରୋନା ସ୍ଥିତି ଅସମ୍ଭାଳ, ୨୪ ଘଣ୍ଟାରେ ୨ ଲକ୍ଷରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ

ଦେଶରେ କରୋନା ସ୍ଥିତି ଅସମ୍ଭାଳ । ରେକର୍ଡ କରିଛି କରୋନା । ଦେଶରେ କରୋନା ସଂକ୍ରମଣ ହୁହୁ ହୋଇ ବଢିଚାଲିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୧୮୫ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨ ଲକ୍ଷ ୧୭ ହଜାର ୩୫୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୧୮୫ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୪୨ ଲକ୍ଷ ୯୧ହଜାର ୯୧୭ରେ ପହଞ୍ଚିଛି।

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୧ ଲକ୍ଷ ୭୪ ହଜାର ୩୦୮ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୨୫ ଲକ୍ଷ ୪୭ ହଜାର ୮୬୬ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୫୬୯୭୪୩।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.