ଆଜି ପିଓକେ ଗସ୍ତ କରିବେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍‌ରାନ୍‌ ଖାନ୍‌

କେନ୍ୟୁଜ୍: ଆଜି ପିଓକେ ଯିବେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍‌ରାନ୍‌ ଖାନ୍‌ । ପିଓକେ ରାଜଧାନୀ ମୁଜାଫରାବାଦରେ ଏକ ରାଲିକୁ ସମ୍ବୋଧନ କରିବେ । କଶ୍ମୀରରୁ ଧାରା ୩୭୦ ହଟିବା ପରେ ଏହା ହେଉଛି ଇମ୍‌ରାନ୍‌ ଖାନ୍‌ଙ୍କ ତୃତୀୟ ପିଓକେ ଗସ୍ତ । ଏହି ରାଲିରେ ଭିଡ଼ ଏକାଠି କରିବାକୁ ପାକିସ୍ତାନ ଗୁଇନ୍ଦା ପୋଲିସକୁ ଦାୟିତ୍ୱ ଦିଆଯାଇଛି । ଏହା ପୂର୍ବରୁ ଇମ୍‌ରାନ୍‌ ଖାନ୍‌ ‘କଶ୍ମୀର ଆଓ୍ଵାର’ ରାଲି କରିଥିଲେ । ପିଓକରେ ଭାରତ ପ୍ରତି ବଢୁଥିବା ସମର୍ଥନ ଇମ୍‌ରାନ୍‌ ଖାନ୍‌ଙ୍କୁ ଚିନ୍ତାରେ ପକାଇଛି । କଶ୍ମୀରକୁ ନେଇ ବାରମ୍ବାର ବିଶ୍ୱ ସମୁଦାୟରେ ବିଫଳ ହେବା ପରେ ଏପରି ପଦକ୍ଷେପ ଗ୍ରହଣ କରୁଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ । ଦୁଇ ଦିନ ତଳେ ପାକିସ୍ତାନ ମିଳିତ ଜାତିସଂଘରେ କଶ୍ମୀର ପ୍ରସଙ୍ଗ ଉଠାଇଥିଲା । ହେଲେ ଏଥିରେ ପାକିସ୍ତାନ୍‌କୁ ଝଟ୍‌କା ଲାଗିଥିଲା ।

KNews Bureau

Recent Posts

ବାହାନଗା ରେଳ ଦୁର୍ଘଟଣାକୁ ବର୍ଷେ, ମୃତକଙ୍କ ପରିବାରକୁ ସହଯୋଗ କରିଥିଲେ ଡ. ଅଚ୍ୟୁତ ସାମନ୍ତ

ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…

3 mins ago

କାମ ସାରି ଗଛ ମୂଳେ ବିଶ୍ରାମ ନେଉଥିଲେ, ହଠାତ୍‌ ମାରିଲା ବିଜୁଳି ଚାଲିଗଲା ୨ ଯୁବକଙ୍କ ଜୀବନ

ଗଞ୍ଜାମ : ପ୍ରବଳ ଗ୍ରୀଷ୍ମ ପ୍ରବାହ ଲାଗିରହିଛି । ଅସହ୍ୟ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ପୁରା ଓଡ଼ିଶାବାସୀ ।…

7 mins ago

ପୁରୀ ବାଣ ବିସ୍ଫୋରଣ ଦୁର୍ଘଟଣା, ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି

ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା । ଆଉ ୨ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ…

39 mins ago

ତିହାର ଜେଲରେ ପହଞ୍ଚିଲେ କେଜ୍ରିଓ୍ଵାଲ, ଯିବା ପୂର୍ବରୁ କହିଲେ… ଆପଣ ଖୁସିରେ ରହିଲେ ମୁଁ ଖୁସିରେ ରହିବି

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପର ସଂଯୋଜକ ଅରବିନ୍ଦ କେଜ୍ରିଓ୍ଵାଲ ତିହାର ଜେଲରେ ସରେଣ୍ଡର କରିଛନ୍ତି । ସୁପ୍ରିମ କୋର୍ଟ ତାଙ୍କୁ…

1 hour ago

ନିର୍ଵାଚନ ପରବର୍ତ୍ତୀ ହିଂସା, ଦୁଇ ପରିବାରରୁ ୭ ଆହତ

ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଠାକୁରପାଟଣା ଗାଁରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ଦୁଇ ପରିବାର…

1 hour ago

ଟାୱାର ଖୁଣ୍ଟରୁ ଡେଇଁ ଜୀବନ ହାରିଲେ ଯୁବକ, ମୃତ୍ୟୁର କାରଣ ଅସ୍ପଷ୍ଟ

ନୂଆଗଡ : ଯୁବକ ଜଣକ ନୂଆଗଡ ଗାଁର କୈଳାଶ ସୁବୁଦ୍ଧିଙ୍କ ପୁଅ ନାରାୟଣ ସୁବୁଦ୍ଧି ବୋଲି ଜଣାପଡିଛି । ମୃତ୍ୟୁର…

2 hours ago